ବିଦ୍ୟୁତ୍‌ ଆଘାତରେ ମା’,ପୁଅ ମୃତ

ଖଲ୍ଲିକୋଟ,୨୦-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ ମା’ ପୁଅଙ୍କ ଜୀବନ ଯାଇଛି। ମୃତକ ହେଲେ ମା’ ସଜନୀ ନାହାକ (୫୫) ଓ ପୁଅ ନାରାୟଣ (୩୦)।
ପ୍ରକାଶ ଯେ, ନାରାୟଣ ଅପରାହ୍ନ ପ୍ରାୟ ୩ଟାବେଳେ ଘରେ ବିଦ୍ୟୁତ୍‌ ତାର ସଜାଡୁଥିବାବେଳେ କୌଣସି କାରଣରୁ ଏହାର ସଂସ୍ପର୍ଶରେ
ଆସି ଯାଇଥିଲେ। ତାରରେ ଲାଗି ଛଟପଟ ହେଉଥିବା ଦେଖି ମା’ ସଜନୀ ଉଦ୍ଧାର କରିବାକୁ ଯାଇ ନାରାୟଣଙ୍କୁ ଧରି ପକାଇଥିଲେ। ଫଳରେ ସେ ମଧ୍ୟ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯାଇଥିଲେ। ନାରାୟଣଙ୍କ ସ୍ତ୍ରୀ ପହଞ୍ଚତ୍ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ସହ ପାଖ ଲୋକଙ୍କୁ ଡାକିଥିଲେ। ପରେ ମା’ ଓ ପୁଅଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡ଼ାକ୍ତର ପ୍ରଦୀପ ଗନ୍ତାୟତ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଭେଜିପୁଟ ଫାଣ୍ଡି ଅଧିକାରୀ ସୁଶାନ୍ତ କୁମାର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚତ୍ ନଂ.୨/୧୯ ଓ ୩/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇ ତଦନ୍ତ ଚଳାଇଛନ୍ତି। ସାମାନ୍ୟ ଅସାବଧାନତାରୁ ମା’ ପୁଅଙ୍କ ମୃତ୍ୟୁକୁ ନେଇ ଗ୍ରାମରେ ଶୋକର ଛାୟା ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?