ବିଦ୍ୟୁତ୍‌ ଆଘାତରେ ଯୁବକ ଗୁରୁତର : ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବି

ଖଣ୍ଡପଡ଼ା,୨୩ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କିଆଝର ପଞ୍ଚାୟତ ଗିରିଡିପଲ୍ଲୀଠାରେ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଥିଲେ। ସେ ହେଲେ ସୁକାନ୍ତ ପ୍ରଧାନ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତେଜିତ ଲୋକେ ବିଦ୍ୟାଳୟ ପାର୍ଶ୍ୱରୁ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବିରେ ରାସ୍ତାରୋକ କରିଥିଲେ।
ଗିରିଡିପଲ୍ଲୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ନିକଟରେ ଏକ ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାପନ କରାଯାଇଛି। ଏଠାରୁ ବିଦ୍ୟୁତ୍‌ ତାର ଆଖପାଖ ଅଞ୍ଚଳକୁ ସଂଯୋଗ କରାଯାଇଛି। ଉକ୍ତ ବିଦ୍ୟାଳୟ ନିକଟରେ ସ୍ଥାୟୀ ବାସଗୃହ ନିର୍ମାଣ କରି ରହୁଥିବା କେତେକ ବ୍ୟକ୍ତିଙ୍କ ଘର ଛାତ ଉପରଦେଇ ୧୧କେଭି ବିଦ୍ୟୁତ୍‌ ତାର ଯାଇଛି। ରବିବାର ଅପରାହ୍ନରେ ସେଠାକାର ବାସିନ୍ଦା ସୁକାନ୍ତ ପ୍ରଧାନ ଲୁଗା ଆଣିବାକୁ ଘର ଛାତ ଉପରକୁ ଯାଇଥିଲେ। ଏହି ସମୟରେ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ତଳକୁ ଖସି ପଡିଥିଲେ। ତାଙ୍କର ଦୁଇଟି ହାତ ଭାଙ୍ଗିବା ସହ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିଲା। ସଙ୍ଗେ ସଙ୍ଗେ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ପରିବାର ବର୍ଗଙ୍କ ସୂତ୍ରରୁ ଜଣାପଡିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଆହତଙ୍କ ଚିକିତ୍ସା ଖର୍ଚ୍ଚ ସହ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବିରେ ଗିରିଡିପଲ୍ଲୀ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଫଳରେ ଖଳିସାହି-ଆଡକଟା ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।  ଖବର ପାଇ ଖଣ୍ଡପଡା ଥାନା ଆଇଆଇସି ବିମଳ କୁମାର ମଲ୍ଲିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ବିଦ୍ୟୁତ ବିଭାଗ ସେସୁର କନିଷ୍ଠ ଯନ୍ତ୍ରୀ ପହଞ୍ଚତ୍ ପ୍ରତିଶ୍ରୁତି ଦେବା ପରେ ଲୋକେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ ହେବ…

ଭୁବନେଶ୍ୱର,୧୦ା୧୨(ରବିନାରାୟଣ ଜେନା): ବିଧାୟକ, ମନ୍ତ୍ରୀ ଓ ବାଚସ୍ପତିଙ୍କ ଦରମା ବଢ଼ିବ । ଦରମା ବୃଦ୍ଧି ନେଇ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ସମ୍ପର୍କିତ ବିଲ୍‌ ମଙ୍ଗଳବାର...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri