ବିଦ୍ୟୁତ୍‌ ଆଘାତରେ ଯୁବକ ଗୁରୁତର : ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବି

ଖଣ୍ଡପଡ଼ା,୨୩ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କିଆଝର ପଞ୍ଚାୟତ ଗିରିଡିପଲ୍ଲୀଠାରେ ରବିବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଥିଲେ। ସେ ହେଲେ ସୁକାନ୍ତ ପ୍ରଧାନ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତେଜିତ ଲୋକେ ବିଦ୍ୟାଳୟ ପାର୍ଶ୍ୱରୁ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବିରେ ରାସ୍ତାରୋକ କରିଥିଲେ।
ଗିରିଡିପଲ୍ଲୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ନିକଟରେ ଏକ ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାପନ କରାଯାଇଛି। ଏଠାରୁ ବିଦ୍ୟୁତ୍‌ ତାର ଆଖପାଖ ଅଞ୍ଚଳକୁ ସଂଯୋଗ କରାଯାଇଛି। ଉକ୍ତ ବିଦ୍ୟାଳୟ ନିକଟରେ ସ୍ଥାୟୀ ବାସଗୃହ ନିର୍ମାଣ କରି ରହୁଥିବା କେତେକ ବ୍ୟକ୍ତିଙ୍କ ଘର ଛାତ ଉପରଦେଇ ୧୧କେଭି ବିଦ୍ୟୁତ୍‌ ତାର ଯାଇଛି। ରବିବାର ଅପରାହ୍ନରେ ସେଠାକାର ବାସିନ୍ଦା ସୁକାନ୍ତ ପ୍ରଧାନ ଲୁଗା ଆଣିବାକୁ ଘର ଛାତ ଉପରକୁ ଯାଇଥିଲେ। ଏହି ସମୟରେ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ତଳକୁ ଖସି ପଡିଥିଲେ। ତାଙ୍କର ଦୁଇଟି ହାତ ଭାଙ୍ଗିବା ସହ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିଲା। ସଙ୍ଗେ ସଙ୍ଗେ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ପରିବାର ବର୍ଗଙ୍କ ସୂତ୍ରରୁ ଜଣାପଡିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଆହତଙ୍କ ଚିକିତ୍ସା ଖର୍ଚ୍ଚ ସହ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର ଦାବିରେ ଗିରିଡିପଲ୍ଲୀ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଫଳରେ ଖଳିସାହି-ଆଡକଟା ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।  ଖବର ପାଇ ଖଣ୍ଡପଡା ଥାନା ଆଇଆଇସି ବିମଳ କୁମାର ମଲ୍ଲିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ବିଦ୍ୟୁତ ବିଭାଗ ସେସୁର କନିଷ୍ଠ ଯନ୍ତ୍ରୀ ପହଞ୍ଚତ୍ ପ୍ରତିଶ୍ରୁତି ଦେବା ପରେ ଲୋକେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri