ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍‌ଟିପିସିର ୪, ଟିଟିପିଏସ୍‌ର ୫ ୟୁନିଟ୍‌ ବନ୍ଦ

ତାଳଚେର,୪ା୮ (ନି.ପ୍ର.)-ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର ସିଧାସଳଖ ପ୍ରଭାବ ୩୦୦୦ ମେଗାୱାଟ୍‌ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍‌ଟିପିସି ଓ ଏହା ଅଧୀନରେ ଥିବା ଟିଟିପିଏସ୍‌ ଉପରେ ପଡ଼ିଛି। କୋଲ୍‌ ଫିଲଡ୍ସରୁ ଉତ୍ତୋଳନ ଓ ପରିବହନ ହୋଇପାରୁ ନ ଥିବାରୁ ଏହି ଦୁଇ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ରରେ ଗୁରୁତର କୋଇଲା ସଙ୍କଟ ସୃଷ୍ଟି ହୋଇଛି। ଏଥିଯୋଗୁ ଶନିବାର ଏନ୍‌ଟିପିସିର ଗୋଟିଏ ବିଦ୍ୟୁତ୍‌ ଉତ୍ପାଦନ ୟୁନିଟ୍‌କୁ ବନ୍ଦ ରଖାଯାଇଛି। ଏହାକୁ ମିଶାଇ ପ୍ରକଳ୍ପର ମୋଟ୍‌ ୪ଟି ୟୁନିଟ୍‌ ବନ୍ଦ ହେଲାଣି। ସେହିପରି ଟିଟିପିଏସ୍‌ର ୫ଟି ୟୁନିଟ୍‌ ଶୁକ୍ରବାରଠାରୁ ବନ୍ଦ ରହିଛି।
ଏନ୍‌ଟିପିସିରେ ଥିବା ମୋଟ୍‌ ୬ଟି ୟୁନିଟ୍‌ରୁ ଦୈନିକ ୩ ହଜାର ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦିତ ହୋଇଥାଏ। ଏଥିପାଇଁ ଦିନକୁ ୫୫ ହଜାର ମେଟ୍ରିକ୍‌ ଟନ୍‌ କୋଇଲା ଆବଶ୍ୟକ ପଡ଼ିଥାଏ। ଗତ ମାସ ୨୩ ତାରିଖ ଭରତପୁର ଖଣି ଦୁର୍ଘଟଣା ପରଠାରୁ ଏନ୍‌ଟିପିସିକୁ କୋଇଲା ଯୋଗାଣ ହୋଇପାରୁ ନାହିଁ। ପ୍ରକଳ୍ପ ଷ୍ଟକୟାର୍ଡରେ ମଧ୍ୟ ଆଉ ଅଧିକ କୋଇଲା ନାହିଁ। ଫଳରେ କର୍ତ୍ତୃପକ୍ଷ ପ୍ଲାଣ୍ଟର ୧, ୪ ଓ ୫ ନମ୍ବର ୟୁନିଟ୍‌କୁ ଗତ ୨୯ ତାରିଖରୁ ବନ୍ଦ ରଖିଛନ୍ତି। ବାହାରୁ କୋଇଲା ଯୋଗାଡ଼ କରି ବାକି ୩ଟି ୟୁନିଟ୍‌ ଚଳାଯାଉଥିଲେ ବି ଶନିବାର ୨ ନମ୍ବର ୟୁନିଟ୍‌କୁ ବନ୍ଦ ରଖାଯାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଅବଶିଷ୍ଟ ୨ ୟୁନିଟ୍‌କୁ ମଧ୍ୟ ବନ୍ଦ କରିବାକୁ କର୍ତ୍ତୃପକ୍ଷ ବାଧ୍ୟହେବେ ବୋଲି ଜଣାପଡିଛି। ମୋଟ୍‌ ୪ଟି ୟୁନିଟ୍‌ ବନ୍ଦ ହୋଇଯାଇଥିବାରୁ ବିଦ୍ୟୁତ୍‌ ଉପତ୍ାଦନ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ସେହିପରି ୪୬୦ ମେଗାୱାଟ୍‌ ବିଶିଷ୍ଟ ଟିଟିପିଏସ୍‌ରେ ୬ଟି ୟନିଟ୍‌ ରହିଛି। ଏହା ଚାଲିବା ପାଇଁ ଦୈନିକ ୯ ହଜାର ମେଟ୍ରିକ ଟନ୍‌ କୋଇଲା ଆବଶ୍ୟକ। କିନ୍ତୁ ଏଠାରେ ମଧ୍ୟ ସମାନ ପରିସ୍ଥିତି ଯୋଗୁ ୧, ୨, ୩, ୪ ଓ ୫ ନମ୍ବର ୟୁନିଟ୍‌କୁ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri