ବିଦ୍ୟୁତ୍‌ କାଟ ପ୍ରତିବାଦରେ ଧାରଣା ଦେଲେ ବିସ୍ଥାପିତ

ବାରିପଦା ଅଫିସ, ୧୯ା୩- ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଲକ୍ଷ୍ମୀପୋଷିଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ବିସ୍ଥାପିତ ହୋଇଥିବା ଶତାଧିକ ପରିବାରଙ୍କ ମଙ୍ଗଳବାରଠାରୁ ବିଦ୍ୟୁତକାଟ୍‌ କରାଯାଇଛି। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ବିଭାଗ ଗ୍ରାମବାସୀଙ୍କ ବିଦ୍ୟୁତ୍‌ କାଟ କରି ଥିବାରୁ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦରେ ବୁଧବାର ବିସ୍ଥାପିତମାନେ ଲକ୍ଷ୍ମୀପୋଷିସ୍ଥିତ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପଠାରେ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହେଲେ କୌଣସି ଅଧିକାରୀମାନେ ଏ ଦିଗରେ କର୍ଣ୍ଣପାତ ନ କରିବାରୁ ଗ୍ରାମବାସୀ ଫେରି ଆସିଥିଲେ। ଆଗାମୀ ଦିନରେ ଏ ନେଇ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ,୧୯୮୮ରେ ଆରମ୍ଭ ହୋଇଥିବା ସୂବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ଲକ୍ଷ୍ମୀପୋଷିଠାରେ ଶତାଧିକ ବିସ୍ଥାପିତ ରହିଥିଲେ। ସେମାନଙ୍କ ପରିବାରକୁ ବିନା ମୂଲ୍ୟରେ ବିଜୁଳି, ପାଣି ଶିକ୍ଷା, ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଚୁକ୍ତିନାମା ହୋଇଥିଲା। ହେଲେ ମଙ୍ଗଳବାରଠାରୁ ବିଦ୍ୟୁତକାଟ କରାଯାଇଛି। ଲକ୍ଷ୍ମୀପୋଷି ଗ୍ରାମର ଦାସ ମାରଣ୍ଡି କୁହନ୍ତି ଯେ, କ୍ଷତିଗ୍ରସ୍ଥ ପରିବାରକୁ ଚାକିରି ଦେବା ପାଇଁ କହିଥିଲେ। ହେଲେ ଏ ଦିଗରେ କର୍ତ୍ତୃପକ୍ଷ ଧ୍ୟାନ ଦେଉ ନାହାନ୍ତି। ତୁରନ୍ତ ଉକ୍ତ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ ନ କଲେ ଆଗାମୀ ଦିନରେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ପ୍ରକାଶ କରିିଥିଲେ। ଏ ନେଇ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଅଧିକାରୀଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କୌଣସି ମତାମତ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ରଙ୍ଗୋଲିରେ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଏଥର ଅଧିକ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପରିକଳ୍ପନା କରାଯାଇଛି। ଏହି କ୍ରମରେ ବିଗତ ବର୍ଷଭଳି ଏଥର ମଧ୍ୟ...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri