ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଗୁରୁତର ଶ୍ରମିକଙ୍କ ମୃତ୍ୟୁ : କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

ଶଙ୍କରାଖୋଲ,୧୬।୧୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମରେ ୩୩ କେଭି ତାର ସ୍ଥାନାନ୍ତର ପାଇଁ ଖୁଣ୍ଟରେ ଚଢି ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଟିକାବାଲି ପଞ୍ଚାୟତ ସାକିଡ଼ିକିଆ ଗ୍ରାମର ରୋହିତ କହଁର। ଏ ନେଇ ଟିକାବାଲି ଥାନାରେ ନଂ.୧୦୮/୧୯ରେ ମାମଲା ରୁଜୁ ହୋଇଛି। ମୃତ ରୋହିତଙ୍କ ସାନଭାଇ ବିବେକ ଟିକାବାଲି ସାଉଥକୋ କନିଷ୍ଠ ଯନ୍ତ୍ରୀ ପ୍ରଭାତ କୁମାର ଷଡ଼ଙ୍ଗୀ, ଠିକାଦାର ମାଧବ ଦିଗାଲ ଓ ଗ୍ରୀନ ପାଓ୍ବାର କମ୍ପାନୀ ନାମରେ ଟିକାବାଲି ଥାନାରେ ଅଭିଯୋଗ କରିଥିଲେ। ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ହୋଇ ଅପରାହ୍ନରେ ଗାଁକୁ ଆସିଥିଲା। କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସମେତ ଗ୍ରାମବାସୀ ଫୁଲବାଣୀ- ବ୍ରହ୍ମପୁର ରାଜପଥର ଟିକାବାଲି କୋଚିଲାଗଡ଼ଠାରେ ମୃତଦେହ ରଖି ଅବରୋଧ କରିଥିଲେ। ଖବରପାଇ ଜି. ଉଦୟଗିରି ଏସଡିପିଓ ଜୟକୃଷ୍ଣ ବେହେରା, ଟିକାବାଲି ଆଇଆଇସି ରେବତୀ ଶବର ପହଞ୍ଚି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।
ପ୍ରକାଶ ଯେ, ଶଙ୍କରାଖୋଲ ଗ୍ରାମର ଜଣଙ୍କ ଘର ପଛପଟେ ୩୩ କେଭି ତାର ଓହଳି ରହିଥିଲା। ଏହା ସ୍ଥାନାନ୍ତର ପାଇଁ ରବିବାର ସାଉଥକୋ କନିଷ୍ଠ ଯନ୍ତ୍ରୀଙ୍କ ଉପସ୍ଥିତିରେ ଠିକାଦାର ମାଧବଙ୍କ ଅଧୀନରେ କାମ କରୁଥିବା ରୋହିତ ବିଦ୍ୟୁତ ଖୁଣ୍ଟରେ ଚଢିଥିଲେ। ବିଦ୍ୟୁତ ସଂସ୍ପର୍ଶରେ ଆସିଯିବାରୁ ସେ ଖସିପଡ଼ି ଗୁରୁତର ହୋଇଥିଲେ। କନିଷ୍ଠଯନ୍ତ୍ରୀଙ୍କ ଦାୟୀତ୍ୱହିନତା ଯୋଗୁ ୩୩ କେଭି ବିଦ୍ୟୁତ ତାର ଓ ଖୁଣ୍ଟ ସ୍ଥାନାନ୍ତର ପାଇଁ ବିଶିପଡ଼ାରୁ ବିଦ୍ୟୁତ ସରବରାହ ଚ୍ଛିନ୍ନ ପରିବର୍ତ୍ତେ ଟିକାବାଲିରୁ ବିଦ୍ୟୁତ୍‌ କଟାଯାଇଥିବାରୁ କାମ ଚାଲିଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ରୋହିତ ତାଙ୍କ ପରିବାର ପ୍ରତିପୋଷଣ କରୁଥିଲେ। ତାଙ୍କ ମୃତ୍ୟୁ ପରେ ବର୍ତ୍ତମାନ ଚଳିବା କଷ୍ଟକର ହୋଇପଡ଼ିବ। ତୁରନ୍ତ ସରକାରୀ ସାହାଯ୍ୟ ଯୋଗାଇଦେବା ପାଇଁ ପରିବାର ଲୋକେ ଓ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଭାଇକୁ ହତ୍ୟା କଲେ ଭାଇ

ଦାରିଙ୍ଗବାଡି, ୭।୮ (ଅରୁଣ ସାହୁ):ଜମି ବିବାଦ ନେଲା ଜୀବନ ମାତ୍ର କିଛି ଗୁଣ୍ଠ ଚାଷ ଜମି ପାଇଁ ବଡ଼ ଭାଇ ଜଣଙ୍କ ସାନ ଭାଇକୁ ଜୀବନରେ ମାରିଦେବାକୁ…

୨ ବରିଷ୍ଠ ଅଧିକାରୀଙ୍କ ଦାରିଙ୍ଗବାଡି ଗସ୍ତ: ପର୍ଯ୍ୟଟନ କ୍ଷେତ୍ରର ହେବ ବିକାଶ

ଦାରିଙ୍ଗବାଡି,୭।୫(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଏବେ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ର…

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ

ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ…

ଜଙ୍ଗଲରୁ ୩ ବନ୍ଧୁକ ଜବତ କରି ଶିକାରୀଙ୍କୁ ଖୋଜୁଛି ପୋଲିସ

ଦାରିଙ୍ଗବାଡ଼ି,୪ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ପର୍ତ୍ତମାହା ଜଙ୍ଗଲରେ ପୋଲିସ ଚଢ଼ାଉ କରି ୩ ଦେଶୀ…

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି।…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri