ବିଦ୍ୟୁତ୍‌ ତାର ବିଛାଇ ଦନ୍ତାହାତୀ ଶିକାର

ଅମରପାଲି, ୨୦-୧୧ (ଡି.ଏନ.ଏ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତ ସାରସଦାଦର ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତାହାତୀ ଶିକାର କରାଯାଇଛି। ଶିକାର ପରେ ହାତୀର ଦାନ୍ତକୁ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଦନ୍ତାକୁ ପ୍ରାୟ ୭ଦିନ ପୂର୍ବରୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ବାର୍‌ହା ଶିକାର ପାଇଁ ୧୧କେଭି ଲାଇନ୍‌ରୁ ଜେଇ ତାର ଲଗାଇ ବାର୍‌ହା ଶିକାର କରାଯାଉଥିବା ବେଳେ ଏଥିରେ ଲାଗି ହାତୀର ମୃତ୍ୟୁ ହୋଇଛି। ଠେଙ୍ଗୋ ଡ୍ୟାମକୁ ଯାଇଥିବା ମୁଖ୍ୟ ରାସ୍ତାରୁ ସାରସଦାଦର ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତାରୁ ପ୍ରାୟ ୧୦୦ ମିଟର ଦୂରରେ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତଦନ୍ତା ପଡିଥିବା ସ୍ଥାନରେ ଏକ ପୋଖରୀ ଅଛି। ସେହି ଅଞ୍ଚଳ ଦେଇ ସୁନାପାଲି, ସାରସଦାଦର ଓ ସାଗଯୋରୀ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ପୋଖରୀକୁ ପାଣି ପିଇବାକୁ ବାର୍‌ହାମାନେ ଆସୁଥିବାରୁ ଶିକାର ଉଦ୍ଦେଶ୍ୟରେ ତାର ବିଛା ଯାଇଥିଲା। ଏବେ ଫସଲ ଅମଳ ସମୟ ହୋଇଥିବାରୁ ହାତୀପଲ ଆସି ଉକ୍ତ ଅଞ୍ଚଳରେ ବ୍ୟାପକ ଫସଲ ନଷ୍ଟ କରୁଥିଲେ। ବିଭିନ୍ନ ସମୟରେ ବନବିଭାଗ ଗ୍ରାମବାସୀଙ୍କ ସହ ମିଶି ହାତୀ ଘଉଡାଉଥିଲେ। ଉକ୍ତ ଦନ୍ତାହାତୀ ପଲରୁ ଅଲଗା ହୋଇ ଉକ୍ତ ଅଞ୍ଚଳକୁ ଆସି ନିକଟସ୍ଥ ପୋଖରୀକୁ ପାଣି ପିଇବା ପାଇଁ ଯାଉଥିବା ବେଳେ ବିଦ୍ୟୁତ ତାରରେ ଲାଗି ମୃତ୍ୟୁ ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri