ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର ସନ୍ତୋଷ ସାହୁ (୪୦)। ସନ୍ତୋଷ ବ୍ରହ୍ମାନଗରରେ ଘରକାମ କରୁଥିବା ସମୟରେ କଟର ମେଶିନରେ ଲୁହାଛଡ କାଟୁଥିଲେ। ତାର କଟିଯାଇ ଚାର୍ଜ ହୋଇଯିବାରୁ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିଟି ଫାଣ୍ଡି ଅଧିକାରୀ ବିଜୟ କୁମାର ପ୍ରଧାନ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡମେଡିକାଲକୁ ପଠାଇଥିଲେ। ଏନେଇ କେ.ନୂଆଗାଁ ଥାନାରେ ନଂ.୧୧/୨୦୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଛି। ବ୍ୟବଚ୍ଛେଦ ହୋଇ ସନ୍ଧ୍ୟାରେ ମୃତଦେହ ଗଁାରେ ପହଞ୍ଚତ୍ଥିଲା। କ୍ଷତିପୂରଣ ଦାବିରେ ଚିକିଟିପେଣ୍ଠ ବଜାରରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। କେ.ନୂଆଗଁା ପୋଲିସ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।
ଗୌରବ ଆଣିଲା ଭଞ୍ଜନଗର ରୋଟାରୀ କ୍ଲବ, ରାଜ୍ୟରେ ଷଷ୍ଠ ସ୍ଥାନ ଅଧିକାର କରି…
ଭଞ୍ଜନଗର,୨୨ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବ ୨୦୨୫-୨୬ ଆର୍ଥିକ ବର୍ଷରେ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଜ୍ୟରେ ଷଷ୍ଠ ସ୍ଥାନ ଅଧିକାର କରିଛି।…
ଅକ୍ୱାନ ଜନିତ ବର୍ଷାରେ ଉଜୁଡ଼ିଲା ପାଚିଲା ଧାନ, ଚିନ୍ତାରେ ଚାଷୀକୁଳ
ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ସାମୁଦ୍ରିକ ବାତ୍ୟା ‘ଅକ୍ୱାନ’ ଜନିତ ଲଗାଣ ବର୍ଷା ଯୋଗୁ ଦିଗପହଣ୍ଡି ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳର ଶହଶହ ଏକର ଖାଲୁଆ ଚାଷଜମିରେ ପାଚିଲା…
ବାତ୍ୟା କ୍ଷୟକ୍ଷତି ଆକଳନ: ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ,୨୨।୧୧: ବାତ୍ୟା ଯୋଗୁଁ ଗଞ୍ଜାମ ଜିଲାରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବା ପାଇଁ ଆସନ୍ତାକାଲି ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ…
ଡାକ୍ତରଙ୍କୁ ମାରି ଦାନ୍ତ ଭାଙ୍ଗିଦେବା ଘଟଣାରେ ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁରୁଣା ବସ୍ଷ୍ଟାଣ୍ଡ ନିକଟରେ ଜଣେ ଡାକ୍ତର ପ୍ରାର୍ଥ ସାରଥି ତ୍ରିପାଠୀଙ୍କୁ କାର୍ରୁ ଟାଣି ନେଇ ମରଣାନ୍ତକ ଆକ୍ରମଣ…
ନୂତନ ପାଠ୍ୟକ୍ରମ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ କରିବ: ଅଧ୍ୟକ୍ଷ
ଭଞ୍ଜନଗର,୨୨ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟସ୍ଥିତ ଇଗ୍ନୁ ଷ୍ଟଡି ସେଣ୍ଟରର ୨୦୨୬-୨୭ ଶିକ୍ଷାବର୍ଷର ପ୍ରବେଶ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କଲେଜ…
ପଞ୍ଚୁକ ସ୍ନାନ କରିବାକୁ ଯାଇ ଋଷିକୂଲ୍ୟାରେ ଭାସିଗଲେ ମହିଳା
ପୁରୁଷୋତ୍ତମପୁର,୨୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେଏନ୍ପୁର ଗ୍ରାମରେ ଏକ ଅଘଟଣ ଘଟିଛି। ପବିତ୍ର କାର୍ତ୍ତିକ ମାସରେ ପଞ୍ଚୁକ ସ୍ନାନ ପାଇଁ ଜଣେ ମହିଳା…
‘ଅକ୍ୱାନ’ ବର୍ଷାରେ ଉଜୁଡ଼ି ଗଲା ପାଚିଲା ଧାନ, ଚିନ୍ତାରେ ଚାଷୀ
ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳର ଶହ ଶହ ଏକର ପାଚିଲା ଧାନ…
ନାବାଳିକା ବଳାତ୍କାରୀଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…
ବ୍ରହ୍ମପୁର,୨୧ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫାଷ୍ଟ ଟ୍ରାକ୍ ପୋକ୍ସୋ ଜଜ୍ ରୋହିତ ଲାଲ…

