Posted inରାଜ୍ୟ

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦ: ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା

ଢେଙ୍କାନାଳ ଅଫିସ, ୩୦।୫: ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଞ୍ଚଳବାସୀ। ଅନବରତ ୧୨ ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ୍‌ କାଟ ପରେ ଅସହ୍ୟ ଗରମରେ ସନ୍ତୁଳି ହେଉଥିବା ଉତ୍ତ୍ୟକ୍ତ ଉପଭୋକ୍ତା ବୁଧବାର ରାତି ୮ଟାରୁ ୫୫ନଂ. ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଖବର ଲେଖାଯିବା ସୁଦ୍ଧା ରାସ୍ତାରୋକୋ ଜାରି ରହିଥିବାବେଳେ ଶତାଧିକ ଯାନବାହନ ଅଟକି ରହିଛି।
ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁଯାୟୀ, ଓଡ଼ାପଡ଼ା ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବିନା ସୂଚନାରେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌କାଟ କରାଯାଉଛି। ବୁଧବାର ପୂର୍ବାହ୍ନ ୮ଟାରୁ ସଦାଶିବପୁର, ଝାରଗାଡିଆ, ଟୁବିନାଳି, ବଡ଼ବଉଳପୁର, ସାନବଉଳପୁର ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଏ ନେଇ ସେସୁ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆଯାଇଥିଲା। ହେଲେ ସମସ୍ୟା ସମାଧାନ ପରିବର୍ତ୍ତେ ବିଭାଗୀୟ ଯନ୍ତ୍ରୀ ନୀରବଦ୍ରଷ୍ଟା ସାଜିଛନ୍ତି। ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବିଦ୍ୟୁତ୍‌ ସେବା ସ୍ବାଭାବିକ କରିବାକୁ ତତ୍ପରତା ପ୍ରକାଶ ପାଇଲାନାହିଁ। ଏହାର ପ୍ରତିବାଦରେ ଝାରଗାଡ଼ିଆ ଛକରେ ରାସ୍ତା ଅବରୋଧ କରାଯାଇଥିଲା। ଅଞ୍ଚଳରେ ହାତୀ ଉପଦ୍ରବ ଚରମସୀମାରେ ପହଞ୍ଚତ୍ଥିବାବେଳେ ତାପମାତ୍ରା ବୃଦ୍ଧି ଚିନ୍ତାଜନକ ହୋଇଛି। ଏପରିସ୍ଥିିତିରେ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିନା ସୂଚନାରେ ବିଦ୍ୟୁତ୍‌କାଟ କରାଯିବା ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ରାସ୍ତାରୋକୋ ସମ୍ପର୍କରେ ଏ ସେସୁ କର୍ତ୍ତୃପକ୍ଷଙ୍କ ନିକଟରେ ସୂଚନା ନାହିଁ। ଖବର ଲେଖାଯିବା ସୁଦ୍ଧା ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚତ୍ନାହିଁ। ରାସ୍ତାରୋକୋ ଯୋଗୁ ଯାତ୍ରୀମାନେ ଅଟକି ରହିଛନ୍ତି। ଏ ସମ୍ପର୍କରେ ସେସୁ ନିର୍ବାହୀଯନ୍ତ୍ରୀ ସ୍ବପ୍ନସରିତ ମିଶ୍ର କୁହନ୍ତି, ଘଟଣା ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା ନ ଥିଲା। ଖବର ମିଳିବା ପରେ ସେ ଏ ନେଇ ଅନୁଧ୍ୟାନ କରୁଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri