ବିଦ୍ୟୁତ୍‌ ସଂଯୋଗ ଦାବି ନେଇ ବିକ୍ଷୋଭ

ଉଦଳା,୨୦ା୮(ଡି.ଏନ.ଏ)- ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା ସଂଗଠନ କପ୍ତିପଦା ଉପଖଣ୍ଡ ପକ୍ଷରୁ ସୋମବାର ଉଦଳା ନେସ୍କୋ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ା ଆଦିବାସୀ ଅଧ୍ୟୁଷିତ ଏହି ଉପଖଣ୍ଡରେ ଥିବା ସମସ୍ତ ଗ୍ରାମ ସହ ବାଲମା, ମହୁଲବାଡି ଗ୍ରାମକୁ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ଯୋଗାଇ ଦିଆଯିବା ଦାବି ନେଇ ଏହି ବିକ୍ଷୋଭ କରାଯାଇଥିବା ମୋର୍ଚ୍ଚାର ସଭାପତି ବୁଦ୍ଧିରାମ ମୁର୍ମୁ ସୂଚନା ଦେଇଛନ୍ତି ା ଏଥିରେ ସଂଗଠନର ଜିଲା ସଭାପତି ଧରମରାଜ ହଁାସଦା, ବାଲିଆ ସୋରେନ୍‌, ସମାୟ ସୋରେନ୍‌, ବ୍ଲକ ସମ୍ପାଦକ ବିକାଶ ସିଂ, ମୁନା ସୋରେନ୍‌, ମଙ୍ଗଲା ସିଂ ପ୍ରମୁଖ ଉପସ୍ଥିତ ଥିଲେ। ଏଥିନେଇ ଏକ ଦାବିପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିଲା। ନିର୍ବାହୀ ଯନ୍ତ୍ରୀ ଖୁବ୍‌ ଶୀଘ୍ର ଉପଖଣ୍ଡର ସମସ୍ତ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ଉଦ୍ୟମ କରିବେ ବୋଲି ପ୍ରତଶ୍ରୁତି ଦେଇଥିଲେ। ତେବେ ଆଗାମୀ ଦିନରେ ବିଦ୍ୟୁତ୍‌ ସଂଯୋଗ କରା ନ ଗଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ସଂଗଠନର ସମ୍ପାଦକ ଗୌରାଙ୍ଗ ସୋରେନ୍‌ ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri