ପବିତ୍ରନଗର,୬।୭(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ପଞ୍ଚାୟତ ବୁଲାଝର ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ ଗୋରୁଙ୍କ ମୃତ୍ୟୁ ଘଟିଛି। ସମସ୍ତ ଗୋରୁ ଗ୍ରାମର ପରମାନନ୍ଦ ସାହୁଙ୍କର ହୋଇଥିବା ବେଳେ ଏଥିରେ ଗୋଟିଏ ବଳଦ ଓ ଅନ୍ୟ ଚାରୋଟି ଗାଈ ଥିବା ଜଣାପଡିଛି।
ପ୍ରକାଶ ଯେ, ଶନିବାର ସକାଳୁ ଗୋରୁଗୁଡିକ ଗୁହାଳ ବାହାରେ ଖୁଣ୍ଟରେ ବନ୍ଧା ହୋଇଥିଲେ। ନିକଟରେ ଥିବା ଏକ ସିମେଣ୍ଟ ବିଦ୍ୟୁତ୍ ଖୁଣ୍ଟ ସଂସ୍ପର୍ଶରେ ଗୋରୁଗୁଡିକ ଆସି ଛଟପଟ ହୋଇ ମୃତ୍ୟୁବରଣ କରିଛନ୍ତି। ବର୍ଷା ହେଉଥିବାରୁ କୌଣସି କାରଣରୁ ଖୁଣ୍ଟରେ ବିୁଦ୍ୟତ ଚାର୍ଜ ହୋଇଥିବାରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ଖବର ପାଇ କଣିହାଁ ବ୍ଲକ ପ୍ରାଣୀଧନ ଚିକିତ୍ସକ କମଳ ଲୋଚନ ଦାସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଦାବି ହୋଇଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

