ବିଦ୍ୟୁତ୍‌ ସମସ୍ୟାନେଇ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ: ସାଉଥ୍‌କୋ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨୩।୭: ବିଦ୍ୟୁତ୍‌ ସମସ୍ୟା ନେଇ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ସାଉଥ୍‌କୋ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିପଦସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ ତାର ଏବଂ ଖୁଣ୍ଟ ବଦଳାଇବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ, ଖୋଲାରେ ଥିବା ଟ୍ରାନ୍ସଫର୍ମର ଚାରିପଟେ ବ୍ୟାରିକେଡ ନିର୍ମାଣ, ଲୋ ଭୋଲ୍‌ଟେଜ୍‌ ସମସ୍ୟାରୁ ମୁକ୍ତି ଏବଂ ଭୂତଳ କେବୁଲ ଦାବିରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ଫାଇଲିନ୍‌ ଏବଂ ତିତ୍‌ଲି ସମୟରେ ହୋଇଥିବା ବିଦ୍ୟୁତ୍‌ କାମ ଦୁର୍ନୀତିର ତଦନ୍ତ, ଗୋଟିଏ ସ୍ଥାନରେ ବହୁ ବର୍ଷ ହେଲା କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ବଦଳି ଏବଂ ପୁରୁଣା ଟ୍ରାନ୍ସଫର୍ମର ବଦଳାଇବାକୁ ଦାବି କରାଯାଇଛି। ଏ ନେଇ ଏକ ଦାବିପତ୍ର ସାଉଥ୍‌କୋ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଭାଜପା ଜିଲା ସଭାପତି କାହ୍ନୁଚରଣ ପତିଙ୍କ ନେତୃତ୍ୱରେ ବହୁ ନେତା ଓ କର୍ମୀ ଏହି ବିକ୍ଷୋଭରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍‌ପି

ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri