ବିଦ୍ୟୁତ୍‌କାଟ ପ୍ରତିବାଦରେ ଧାରଣା

ଜଳେଶ୍ୱର, ୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳର ଶ୍ୟାମନଗର, କାଳିକ, ଖୁଆଡ, କଳମା ଓ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ରାତ୍ରୀ ସମୟରେ ବିଦ୍ୟୁ୍‌ତ୍‌କାଟ ଯୋଗୁ ଅନ୍ଧାର ସୁଯୋଗ ଦେଇ ହାତୀପଲ ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ ସମସ୍ୟା ଭୋଗୁଛନ୍ତି। ଏନେଇ ଗ୍ରାମବାସୀ ଶୁକ୍ରବାର ନେସ୍କୋର କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ବିଦ୍ୟୁତ କଟାଯିବ ନାହିଁ ବୋଲି ଉଚ୍ଚ କର୍ତ୍ତୃପକ୍ଷ ନେତୃସ୍ଥାନୀୟ ଲୋକମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଶୁକ୍ରବାର ରାତି ୮ଟାରୁ ବିଦ୍ୟୁତ୍‌ କାଟ ହୋଇଥିଲା। ଏହା ବିରୋଧରେ ଶନିବାର ସନ୍ଧ୍ୟାରେ ଶ୍ୟାମନଗରସ୍ଥିତ ୩୩/୧୧ କେଭିଏ ନେସ୍କୋ ଷ୍ଟ୍ରକ୍ଚର ସମ୍ମୁଖରେ ସରପଞ୍ଚ ପ୍ରତିନିଧି ଚନ୍ଦନ ପାତ୍ର, ସମିତି ସଦସ୍ୟ ଲଛମନ ପାତ୍ର, ଓଲମରା ସମିତି ସଦସ୍ୟ ଉଦୟନାଥ ମୁର୍ମୁ, ଶଶଧର ସାସମଲ, ସଞ୍ଜୀବ ସାସମଲ, ତପନ ପାତ୍ର, ଅନନ୍ତ ହେମ୍ବ୍ରମ, ପୂର୍ଣ୍ଣ ଦେ, ବିକ୍ରମ ଦାସ, ଗିରିଜା ଶାସମଲ ପ୍ରମୁଖଙ୍କ ନେତୃତ୍ୱରେ ଆଦିବାସୀମାନେ ଧାରଣାରେ ବସିଛନ୍ତି।
ଅନ୍ୟପକ୍ଷରେ ୧୩ଟି ହାତୀ ରଙ୍ଗାମାଟିଆରୁ ବାଗବୁଡ଼ା ଘଞ୍ଚ ଜଙ୍ଗଲରେ ରହିଛନ୍ତି । ଗତ ଶୁକ୍ରବାର ରାତିରେ ହାତୀମାନେ ଶ୍ୟାମନଗର ପଞ୍ଚାୟତ ଛାଡ଼ି ବାଗବୁଡ଼ା ମୁହଁ।ଇଥିବା ବେଳେ ରାତିରେ ୪ଜଣଙ୍କ ବାସଗୃହ ଭାଙ୍ଗିଥିବା ରେଞ୍ଜର ସରୋଜ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri