ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ସମସ୍ତ ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଏବଂ ସମ୍ପୃକ୍ତ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଲୋକସେବା ଭବନରେ ଆୟୋଜିତ ଏକ ଭିଡିଓ କନ୍‌ଫରେନ୍ସିଂରେ ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ସମସ୍ତ ଜିଲାର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ବିଦ୍ୟୁତ୍‌ ବିଭାଗ ଓ ସମ୍ପୃକ୍ତ ବିଭାଗର ସମସ୍ତ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ଲୋକପ୍ରତିନିଧିମାନଙ୍କ ସହିତ ଯୋଗସୂତ୍ର ରକ୍ଷା କରି ରାଜ୍ୟର ପ୍ରତ୍ୟେକ କୋଣ-ଅନୁକୋଣରେ ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହକୁ ଠିକ୍‌ ରୂପେ ଏବଂ ନିୟମ ଅନୁଯାୟୀ ରହିଛି ନା ନାହିଁ ତା’ର ଏକ ରିପୋର୍ଟ ଦେବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଭବିଷ୍ୟତରେ ଏପରି ଦୁର୍ଘଟଣା ଯେପରି ନ ଘଟେ ସେଥିପ୍ରତି ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ ବୋଲି କୁହାଯାଇଛି। ଏଥି ପାଇଁ ଅର୍ଥର କୌଣସି ଅଭାବ ନ ଥିବା ବୈଠକରୁ ଜଣାପଡିଛି। ରାସ୍ତାର ୨୦ ଫୁଟ୍‌ ଉଚ୍ଚରେ ୧୧କେଭି ତାର ରହିବା ଆବଶ୍ୟକ। ରାସ୍ତା ପାର୍ଶ୍ୱରେ ବିଦ୍ୟୁତ୍‌ ତାର ୧୯ ଫୁଟ ଏବଂ ଅନ୍ୟ ସ୍ଥାନରେ ୧୫ ଫୁଟ ଉଚ୍ଚରେ ରହିବା ଉଚିତ।
ଏହି ନିୟମ ଯେଉଁଠାରେ ଅନୁପାଳନ ହୋଇନାହିଁ ଅଥବା କମ୍‌ ଉଚ୍ଚତାରେ ତାରଗୁଡ଼ିକ ରହିଛି, ସେସବୁ ସରକାରଙ୍କ ଦୃଷ୍ଟିକୁ ଆଣି ତୁରନ୍ତ ଏ ଦିଗରେ ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି। ଏ ଦିଗରେ ବ୍ୟତିକ୍ରମ ଦେଖାଗଲେ ସମ୍ପୃୃକ୍ତ ଅଧିକାରୀ, କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଥିଲେ ଯେ, ନିକଟରେ ଘଟିଯାଇଥିବା ଦୁର୍ଘଟଣା ବିଷୟରେ ସମସ୍ତେ ଗୁରୁତ୍ୱ ଦେଇଛନ୍ତି। ଓଡ଼ିଶାରେ ମଣିଷ ଜୀବନ ସହିତ ପଶୁ ସମ୍ପଦର ମଧ୍ୟ ବିଦ୍ୟୁତ ଦୁର୍ଘଟଣା ଘଟି ଅନେକ ଜୀବନହାନି ଘଟୁଛି। ଏଣୁ ଏଥି ପ୍ରତି ସରକାର ଗୁରୁତ୍ୱ ଦେଇଛନ୍ତି। ଏ ଦିଗରେ ରହିଥିବା ସମସ୍ତ ପ୍ରତିବନ୍ଧକ ଦୂର କରାଯିବ। ଏହି କାର୍ଯ୍ୟଟିକୁ ସମସ୍ତଙ୍କ ସହଯୋଗ କ୍ରମେ ସୀମିତ ସମୟରେ ଶେଷ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଜିଲାପାଳ ନିଜ ସ୍ତରରେ ଏହାକୁ ଗୁରୁତ୍ୱ ସହକାରେ ବିଚାର କରି ନିଜ ଅଞ୍ଚଳରେ ବରିଷ୍ଠ ଅଧିକାରୀମାନଙ୍କୁ ନିୟୋଜିତ ସହ ସପ୍ତାହକ ମଧ୍ୟରେ ତଦନ୍ତ କରି ତା’ର ସ୍ଥିତି ସମ୍ପର୍କିତ ତଥ୍ୟ ବିଦ୍ୟୁତ ବିଭାଗକୁ ଦେବାକୁ ତାଗିଦ୍‌ କରାଯାଇଛି। ସେହିଭଳି କ’ଣ କଲେ ଏଭଳି ଗମ୍ଭୀର ସମସ୍ୟାର ସମାଧାନ ହୋଇପାରିବ ଏବଂ ଏଭଳି ଘଟଣାର ପୁନରାବୃତ୍ତି ହେବ ନାହିଁ, ସେଥି ପ୍ରତି ଦୃଷ୍ଟି ଦେବାକୁ ସମସ୍ତ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଶକ୍ତି ବିଭାଗର ଶାସନ ସଚିବ ବିଷ୍ଣୁପଦ ସେଠୀ ବିଦ୍ୟୁତ୍‌ ତାର କିଭଳି ଭାବେ ରହିବା ଉଚିତ ତା’ର ନୀତି ନିୟମ ଖାମଖିଆଲିକୁ କୌଣସି ମତେ ବରଦାସ୍ତ କରାଯିବ ନାହିଁ ବୋଲି କହିଥିଲେ।
ସେସୁର ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ସୌରଭ ଗର୍ଗ ଓପିଟିସିଏଲ୍‌ର ସହକାରୀ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନଙ୍କୁ ମଧ୍ୟ ଏହି କାର୍ଯ୍ୟରେ ନିୟୋଜିତ କରାଯିବ ବୋଲି କହିଥିଲେ। ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅରୁଣ ବୋଥ୍ରା ଜଣାଇଥିଲେ ‘ଫନୀ’ ବାତ୍ୟା ପ୍ରଭାବିତ ଅଞ୍ଚଳରେ ରହିଥିବା କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ କହିଥିଲେ।
୧୧ କେଭି ଏବଂ ଏଲ୍‌ଟି ଲାଇନ୍‌ଗୁଡ଼ିକୁ ସୁଦୃଢ଼ କରିବା, ହାତୀ ଚଳପ୍ରଚଳ (କରିଡର) ଅଞ୍ଚଳଗୁଡ଼ିକରେ ରହିଥିବା ଉଚ୍ଚକ୍ଷମତାସମ୍ପନ୍ନ ବିଦ୍ୟୁତ ଲାଇନ୍‌ର ଉନ୍ନତୀକରଣ ଓ ସଂସ୍ଥାପନ କରିବା, ଶିଶୁମାନଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ପରିସରରେ ରହିଥିବା ଟ୍ରାନ୍ସମିଶନ ଲାଇନ୍‌ ଏବଂ ଟ୍ରାନ୍ସଫରର୍ମରଗୁଡ଼ିକ ସ୍ଥାନାନ୍ତର କରିବା ନେଇ ଆଲୋଚନା ହୋଇଛି। ବୈଠକ ପୂର୍ବରୁ ମେଣ୍ଢରାଜପୁର ଡଙ୍ଗଲପାଡ଼ୁ ଗ୍ରାମ୍ୟ ରାସ୍ତାରେ ଘଟିଥିବା ଦୁର୍ଘଟଣାରେ ମୃତକଙ୍କ ନିମନ୍ତେ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲ। ଶନିବାର ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର କଟକ ସ୍ଥିତ ଏସ୍‌ସିବି ମେଡିକାଲ୍‌ରେ ଚିକିତ୍ସିତ ହେଉଥିବା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିମାନଙ୍କ ଚିକିତ୍ସା ସମ୍ପର୍କରେ ବୁଝିବା ପାଇଁ କଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ସ୍ବରାଷ୍ଟ୍ର ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ଚୋପ୍ରା ଏବଂ ସମ୍ପୃକ୍ତ ବିଭାଗୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri