ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା,୧୧।୭(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତା ଛାତ୍ରୀ ହେଲେ କୁମୁଡ଼ାବାଲି ପଞ୍ଚାୟତ ଗୁମୁଡ଼ି ଗ୍ରାମର ଉଆଁସୁ କାଡ୍ରାକାଙ୍କ ଝିଅ ନନ୍ଦିନୀ କାଡ୍ରାକା(୧୨)। ଘଟଣାରୁ ପ୍ରକାଶ, ବୁଧବାର ରାତିରେ ସବୁଦିନ ଭଳି ବିଦ୍ୟାଳୟର ୧୩୦ ଛାତ୍ରୀ ଖାଇ ସାରିବା ପରେ ହାତ ଧୋଇବାକୁ ଯାଇଥିଲେ। ଏହି ସମୟରେ କାନ୍ଥରେ ଓହଳିଥିବା ଏକ ବିଦ୍ୟୁତତାର ସଂସ୍ପର୍ଶରେ ଆସିଥିଲେ ନନ୍ଦିନୀ। ଏହା ଦେଖି ଅନ୍ୟ ଛାତ୍ରୀମାନେ ବୁଦ୍ଧି ଖଟାଇ ଚପଲରେ ତାରକୁ ଆଘାତ ଦେବାରୁ ନନ୍ଦିନୀ ଅଚେତ ହୋଇ ପଡ଼ିଯାଇଥିଲେ। ତୁରନ୍ତ ବିଦ୍ୟାଳୟର କର୍ମଚାରୀମାନେ ନନ୍ଦିନୀଙ୍କୁ ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ମାତ୍ର ବାଟରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସବ୍ୟସାଚୀ ମହାପାତ୍ର କହିଛନ୍ତି। ଅନ୍ୟପକ୍ଷରେ ଖବର ପାଇ ଡାକ୍ତରଖାନାରେ ପହଞ୍ଚିବାବେଳକୁ ଝିଅର ମୃତଦେହ ଦେଖିଥିଲେ ବୋଲି କହିଛନ୍ତି ଉଆଁସୁ କାଡ୍ରାକା। ଖବର ପାଇ ରାୟଗଡ଼ା ଜିଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଡିପିସି ସୁରେନ୍ଦ୍ର ସାଠୁଆ, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଡ. ଶ୍ରବଣ ବିବେକ ଏମ୍‌, ମୁନିଗୁଡ଼ା ଏସ୍‌ଡିପିଓ ଚନ୍ଦ୍ରଶେଖର ହୋତା, ମୁନିଗୁଡ଼ା ବ୍ଲକ ଶିକ୍ଷାଧିକାରୀ ରାଧାକାନ୍ତ ଛତ୍ରୀ, ଥାନା ଆଇଆଇସି ରାଜେନ୍ଦ୍ର ଦେହୁରୀ ପ୍ରମୁଖ ପରିବାର ଲୋକଙ୍କ ସହ ଆଲୋଚନା କରିବା ସହ କୁମୁଡ଼ାବାଲି କସ୍ତୁରବା ବାଳିକା ବିଦ୍ୟାଳୟକୁ ଯାଇ ଘଟଣାର ତଦନ୍ତ କରିଛନ୍ତି। ଅନ୍ୟପକ୍ଷରେ ଉଆଁସୁ ବିଦ୍ୟାଳୟର ଅବହେଳା ଯୋଗୁ ଏପରି ଘଟଣା ଘଟିଥିବା ମୁନିଗୁଡ଼ା ଥାନାରେ ଅଭିଯୋଗ କରିଥିବା ଏସ୍‌ଡିପିଓ ହୋତା ପ୍ରକାଶ କରିଛନ୍ତି। ଏନେଇ ଏକ ମାମଲା ରୁଜୁ ହେବା ସହ ମୁନିଗୁଡ଼ା ତହସିଲଦାର ଦେବାଶିଷ ଗୌଡ଼ଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇ ଅଧିକ ତଦନ୍ତ ଜାରି ରହିଛି ବୋଲି ହୋତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri