ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି ସଂଘ କର୍ମକର୍ତ୍ତା କହିଛନ୍ତି।
ସଂଘର ସଭାପତି ଦେବ ବିଜୟୀ ମିଶ୍ର ଓ ସାଧାରଣ ସମ୍ପାଦକ ଅଭୟ କୁମାର ପ୍ରଧାନ କହିଛନ୍ତି, ଦୀର୍ଘ ୧୧ବର୍ଷ ହେଲା ଓଡ଼ିଶାର ପ୍ରାୟ ୩ଶହ ମହାବିଦ୍ୟାଳୟର ୩ ହଜାର ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀ ମାସକୁ ମାତ୍ର ୨ରୁ ୩ହଜାର ଟଙ୍କା ଦରମା ପାଇ କାମ କରୁଛନ୍ତି। ଏତେ ସ୍ବଳ୍ପ ବେତନରେ ସେମାନେ ଚଳିବା କଷ୍ଟକର ହୋଇପଡ଼ୁଛି। ସରକାରଙ୍କ ନିୟମାନୁଯାୟୀ ଏହି ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀମାନେ ୭ଘଣ୍ଟା କାର୍ଯ୍ୟ କରିବା ସହ ବାୟୋମେଟ୍ରିକ୍‌ ଉପସ୍ଥାନ ଦେଉଛନ୍ତି। ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କ ସ୍ଥାୟୀ ନିଯୁକ୍ତି ପାଇଁ ସରକାରଙ୍କୁ ତାଲିକା ପ୍ରଦାନ କରାଯାଇଛି। ସରକାର ସେମାନଙ୍କ ସମସ୍ୟା ପ୍ରତି ଅବଗତ ଥିଲେ ମଧ୍ୟ ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ୨୦୦୮ ଜୁନ ୧ରୁ ୨୦୧୩ ନଭେମ୍ବର ୩୦ପର୍ଯ୍ୟନ୍ତ ସରକାରୀ ମାନ୍ୟତା ପାଇ ନ ଥିବା ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କୁ ସରକାରୀ ମାନ୍ୟତା ଦେବା, ଚାକିରି ସର୍ତ୍ତାବଳୀ ସହିତ ପୂର୍ଣ୍ଣ ଅନୁଦାନ ପ୍ରଦାନ ନିମନ୍ତେ ଦାବି କରାଯାଇଛି। ସଂଘ ଏ ନେଇ ଉଚ୍ଚଶିକ୍ଷା ବିଭାଗକୁ ବାରମ୍ବାର ଜଣାଇବା ପରେ ୨୦୧୮ ଅଗଷ୍ଟରେ ଏକ ଆଲୋଚନା ହୋଇ ରାଜ୍ୟର ବିଭିନ୍ନ ଶିକ୍ଷା ବିଭାଗ ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଜରିଆରେ ଅଧ୍ୟାପକ ଓ କର୍ମଚାରୀମାନଙ୍କ ଅବସ୍ଥିତି ମଗାଯାଇଥିଲା। ସେହି ଅନୁଯାୟୀ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କ ସଂଖ୍ୟା ୨୭୫୦ ବୋଲି ଆକଳନ କରାଯାଇ ୧ କୋଟି ୪୨ଲକ୍ଷ ୧୬ ହଜାର ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ମାତ୍ର ସରକାର ଦାବି ପୂରଣ କରୁ ନ ଥିବାରୁ ସଂଘ ପକ୍ଷରୁ ଶୁକ୍ରବାର ବିଧାନସଭା ଆଗରେ ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ସଂଘ ସଭାପତି ଓ ସାଧାରଣ ସମ୍ପାଦକଙ୍କ ସମେତ ଉପସଭାପତି ରଶ୍ମିତା ମହାପାତ୍ର, କୋଷାଧ୍ୟକ୍ଷ ଦିବ୍ୟକାନ୍ତ ତ୍ରିପାଠୀ, ଆବାହକ ବିମଳ ଚନ୍ଦ୍ର ନନ୍ଦୀ, ରାଜ୍ୟ ସଂଯୋଜକ ସନ୍ତୋଷ କୁମାର ରାୟ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri