ବିଧାନସଭା ଆଗରେ ଶିଳ୍ପୀ, କାରିଗରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପାଇଁ କଞ୍ଚାମାଲ ଅଭାବ ଏକ ଗୁରୁତର ସମସ୍ୟା ହୋଇ ରହିଛି। ଜାତୀୟ ହସ୍ତତନ୍ତ ଉନ୍ନୟନ ନିଗମ ବା ଏନ୍‌ଏଚ୍‌ଡିସିରୁ ସୂତା କିଣିବାକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବାଧ୍ୟ କରୁଥିବାବେଳେ ଠିକଣା ସମୟରେ ଓ ବଜାର ଅପେକ୍ଷା କମ୍‌ ମୂଲ୍ୟରେ ଏନ୍‌ଏଚ୍‌ଡିସିି ବୁଣାକାରଙ୍କୁ ସୂତା ଯୋଗାଇ ପାରୁନାହିଁ। ଏପଟେ ରାଜ୍ୟରେ ପଥର ମିଳୁ ନ ଥିବାରୁ ରାଜ୍ୟର ପଥର କାରିଗର ବୃତ୍ତି ଛାଡ଼ୁଥିବାବେଳେ ପେଟ ପୋଷିବାକୁ ବାହାର ରାଜ୍ୟକୁ ଚାଲି ଯାଉଛନ୍ତି। ରାଜ୍ୟ ସରକାର ଶିଳ୍ପୀ ଓ ବୁଣାକାରଙ୍କ ପାଇଁ ମାଳ ମାଳ ଯୋଜନା ଓ ପ୍ରତିଶ୍ରୁତି ଦେଉଥିଲେ ମଧ୍ୟ ଆନ୍ତରିକତା ଅଭାବରୁ ସୁଫଳ ମିଳୁନି ବୋଲି ଅଭିଯୋଗ କରିଛି ଓଡ଼ିଶା ଶିଳ୍ପୀ ମହାସଂଘ। ଶିଳ୍ପୀ ଓ ବୁଣାକାରଙ୍କୁ ଅବହେଳା ପ୍ରତିବାଦରେ ଶୁକ୍ରବାର ଓଡ଼ିଶା ଶିଳ୍ପୀ ମହାସଂଘ ହଜାର ହଜାର କାରିଗରଙ୍କୁ ନେଇ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲା।
ମହାସଂଘର ସଭାପତି ଉଦୟ ମହାନ୍ତି ଓ ମୁଖ୍ୟ ଉପଦେଷ୍ଟା ପଦ୍ମଶ୍ରୀ ସୁଦର୍ଶନ ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି ଗଣଧାରଣା ଓ ବିକ୍ଷୋଭରେ ଶିଳ୍ପୀ ଓ କାରିଗରମାନଙ୍କ ଏକାଧିକ ଦାବି ଉପସ୍ଥାପନ କରାଯାଇଥିଲା। ଫନୀ ବାତ୍ୟାରେ ପ୍ରଭାବିତ କାରିଗରଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ, ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦ କାର୍ଯ୍ୟକାରିତା, ନୂଆ ପରିଚାଳନା ବୋର୍ଡ ଗଠନ, ବରିଷ୍ଠ ଶିଳ୍ପୀ ଓ ବୁଣାକାରଙ୍କୁ ମାସିକ ସହାୟତା ରାଶି ପ୍ରଦାନ, ଏମ୍‌ଏସ୍‌ଏମ୍‌ଇ ବିଭାଗ ଅଧୀନରେ ଥିବା ଜିଲା ଶିଳ୍ପକେନ୍ଦ୍ରରୁ ଅଲଗା କରି ରାଜ୍ୟ ହସ୍ତଶିଳ୍ପୀଙ୍କ ସାମଗ୍ରିକ ବିକାଶ ପାଇଁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ସ୍ବତନ୍ତ୍ର କାର୍ଯ୍ୟାଳୟ ଖୋଲିବା ଆଦି ମହାସଂଘ ଦାବି କରିଛି। ମହାସଂଘ ସମ୍ପାଦକ ପ୍ରିୟରଂଜନ କର, ଯତୀନ ସାହୁ, ଗଗନ ମହାରଣା, କାଳନ୍ଦୀ ବେହେରା ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri