ବିଧାନସଭା ପ୍ରଶ୍ନୋତ୍ତର: ସରକାରୀ କର୍ମଚାରୀଙ୍କ ଦରମା, ପେନ୍‌ସନ ୩୮,୮୦୦ କୋଟି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ସରକାରୀ କର୍ମଚାରୀଙ୍କ ଦରମା ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୩୮ ହଜାର ୮୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସରକାରୀ କର୍ମଚାରୀଙ୍କ ଦରମା ବାବଦରେ ୨୫ ହଜାର ୫୦୦ କୋଟି ଏବଂ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍‌ସନ ବାବଦରେ ୧୩ ହଜାର ୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏ ନେଇ ବଜେଟରେ ବ୍ୟୟବରାଦ କରାଯାଇଛି। ଏହି ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ଏହା କହିଛନ୍ତି। ବିଧାୟକ ଶଙ୍କର ଓରାମ୍‌ଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, କର୍ମଚାରୀ ଓ ପେନ୍‌ସନଭୋଗୀଙ୍କ ଦରମା ବ୍ୟତୀତ ରାଜ୍ୟ ସରକାର ବିଭିନ୍ନ କେନ୍ଦ୍ରୀୟ ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନାରେ ମଧ୍ୟ କର୍ମଚାରୀଙ୍କ ଦରମା ରାଜ୍ୟ ସରକାର ଭରଣା କରନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୧ ଲକ୍ଷ ୩୯ ହଜାର କୋଟିର ବ୍ୟୟବରାଦ କରିଛନ୍ତି। ରାଜସ୍ବ ଟିକସରୁ ୩୩ ହଜାର କେଟି, ଅଣ ରାଜସ୍ବ ଟିକସରୁ ୧୨୫୦୦ କୋଟି, କେନ୍ଦ୍ରୀୟ ଟିକସରୁ ରାଜ୍ୟ ଅଂଶଧନ ୩୯୨୦୬.୫୯ କୋଟି, କେନ୍ଦ୍ର ସରକାରଙ୍କଠାରୁ ସହାୟତା ଅନୁଦାନ ୩୦୫୫୯.୪୧, ଋଣ ଏବଂ ଅଗ୍ରିମ ଆଦାୟ ୧୫୦, ବିଭିନ୍ନ ସୂତ୍ରରୁ ଋଣ ୨୨୫୮୪ ଏବଂ ଭବିଷ୍ୟନିଧି ଓ ଅନ୍ୟାନ୍ୟ ସୂତ୍ରରୁ ୧ ହଜାର କୋଟି ଟଙ୍କା ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri