ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ: ଅଭିଭାଷଣ ରଖିଲେ ରାଜ୍ୟପାଳ; ଭୁବନେଶ୍ୱର-କଟକ ମେଟ୍ରୋ ରେଳ ଦ୍ୱାରା ସଂଯୋଗ ଉଦ୍ୟମ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଛନ୍ତି। ଦିବଂଗତ ପୂର୍ବତନ ଏମ୍‌ପି, ବିଧାୟକ ଏବଂ ଶହୀଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ବାତ୍ୟା ‘ଫନୀ’ର ଭୟାବହତା ଓ କ୍ଷୟକ୍ଷତି ବିଷୟରେ ସୂଚନା ଦେବା ସହ ଏହାର ମୁକାବିଲାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରିଛନ୍ତି।
ରାଜ୍ୟପାଳ କହିଛନ୍ତି, ଲୋକଙ୍କ ଭରସା ଓ ବିଶ୍ୱାସକୁ ବଜାୟ ରଖିବାକୁ ଆମେ ସଙ୍କଳ୍ପବଦ୍ଧ। ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ପାଳନ ପାଇଁ ପ୍ରଥମ ଦିନରୁ ପ୍ରଚେଷ୍ଟା କରାଯାଇଛି। ସରକାର ଗଠନର ପ୍ରଥମ ଦିନରୁ ଏଥିପାଇଁ କାମ ଆରମ୍ଭ ହୋଇଛି। କାଳିଆ ଯୋଜନାରେ ଭୂମିହୀନ, ଭାଗଚାଷୀଙ୍କୁ ସାମିଲ କରାଯାଇଛି। ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ୫ ହଜାର କୋଟି ଟଙ୍କାର କାମ ଦିଆଯିବ। ପ୍ରତି ପଞ୍ଚାୟତ ଓ ଜିଲାସ୍ତରରେ ମିଶନ ଶକ୍ତି ଗୃହ ପ୍ରତିଷ୍ଠା ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ମିଳୁଛି। ହାଇସ୍କୁଲରେ ଆଇଟି ଲାବ୍‌ ପ୍ରତିଷ୍ଠା ହେବ। ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନକୁ ଓ୍ବାଇଫାଇ କରାଯିବ। ଶିଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ବିକଶିତ ହେଉଛି ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ ସୂଚନା ଦେଇଛନ୍ତି। ସେହିପରି କଟକରୁ ରାଜଧାନୀକୁ ମେଟ୍ରୋ ରେଳ ଦ୍ୱାରା ଯୋଡିବାକୁ ଉଦ୍ୟମ ହେବା ସହ ପୁରୀକୁ ଏକ ବିଶ୍ୱ ଐତିହ୍ୟ ନଗରୀ ରୂପେ ପରିଗଣିତ କରାଯିବ। ୫ଟି ମ୍ୟୁନିସିପାଲ କର୍ପୋରେଶନକୁ ସ୍ମାର୍ଟ ସିଟି ପାଇଁ ଉଦ୍ୟମ ଚାଲିଛି ବୋଲି ରାଜ୍ୟପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri