ବିଧାନସଭାରେ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବିଧାନସଭାରେ ଚନ୍ଦ୍ରଯାନ-୨ ଉତ୍‌କ୍ଷେପଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଯାଇଛି। ଦେଶ ପାଇଁ ଏହା ଏକ ଗର୍ବ ଓ ଗୌରବର ବିଷୟ ହୋଇଥିବାରୁ ବୈଜ୍ଞାନିକମାନଙ୍କୁ ସମ୍ମାନିତ ଓ ଅଭିନନ୍ଦନ କରାଯିବା ଆବଶ୍ୟକ ବୋଲି ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ। ଶୂନ୍ୟକାଳରେ ବିଜେଡି ସଭ୍ୟ ଅମର ପ୍ରସାଦ ଶତପଥୀ କହିଥିଲେ ଯେ, ବୈଜ୍ଞାନିକ ଓ ବିଜ୍ଞାନର ବିକାଶ ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ପ୍ରଶ୍ନୋତ୍ତରବେଳେ ବିଜ୍ଞାନ ବିଷୟରେ ଅନେକ ଆଲୋଚନା ହେଲା। ବିଜ୍ଞାନ ପ୍ରତି ସମସ୍ତଙ୍କର ଆବେଗ ରହିଛି। ଚନ୍ଦ୍ରଯାନ-୨ରେ ଓଡ଼ିଶାର ବୈଜ୍ଞାନିକମାନଙ୍କର ମଧ୍ୟ ଯୋଗଦାନ ରହିଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ବୈଜ୍ଞାନିକମାନଙ୍କୁ ସ୍ବାଗତ କରିବା ପାଇଁ ଗୃହରେ ଏକ ପ୍ରସ୍ତାବ ଅଣାଯାଉ। ଏ ନେଇ ଓଡ଼ିଶା ବିଧାନସଭାର ଏକ ଭଲ ବାର୍ତ୍ତା ଯିବ। କଂଗ୍ରେସ ଦଳ ନେତା ନରସିଂହ ମିଶ୍ର ଅମରଙ୍କ ପ୍ରସ୍ତାବକୁ ସମର୍ଥନ କରିଥିଲେ। ସେ କହିଥିଲେ, ଗୃହରେ ସମସ୍ତେ ଛିଡ଼ା ହୋଇ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାନ୍ତୁ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହିତ ସମସ୍ତ ସଦସ୍ୟ ଛିଡ଼ାହୋଇ ୧ ମିନିଟ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ କରନ୍ତୁ ବୋଲି କହିଥିଲେ। ଗୃହର ସମସ୍ତ ସଦସ୍ୟ ଛିଡ଼ା ହୋଇ ଟେବୁଲରେ ହାତବାଡ଼ାଇ ଇସ୍ରୋ ବୈଜ୍ଞାନିକମାନଙ୍କୁ ଏହି ବିରଳ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri