ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା ନାହିଁ। ଜଣେ ସରକାରୀ କଲେଜ ଅଧ୍ୟାପକ ଅବସର ବେଳକୁ ୧୫ ଲକ୍ଷ ଟଙ୍କା ପାଇବା ବେଳେ ବେସରକାରୀ କଲେଜ ଅଧ୍ୟାପକ ମାତ୍ର ୫ ଲକ୍ଷ ଟଙ୍କା ପାଇବେ। ଏଭଳି ପାତର ଅନ୍ତର କାହିଁକି ବୋଲି ପ୍ରଶ୍ନ ଉଠାଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ।
ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଲେ ଯେ, ବେସରକାରୀ କଲେଜଗୁଡିକୁ ୨୧ ମାସର ବକେୟା ଦରମା ଦିଆଯାଇ ନାହିଁ। ସପ୍ତମ କମିଶନ ବେତନ ମିଳୁ ନାହିଁ। ସମାନ କାର୍ଯ୍ୟ କରୁଥିବା ଅଧ୍ୟାପକଙ୍କ ପ୍ରତି ସରକାରଙ୍କ ଏଭଳି ଉଦାସୀନତା କାହିଁକି। ଯଦି ପଇସା ନାହିଁ ସରକାର ଖୋଲାଖୋଲି ଭାବେ କହିଦିଅନ୍ତୁ। ଆମ ପାଖରେ ପଇସା ନାହିଁ, ଆମେ ଦେଇପାରିବୁ ନାହିଁ। ମାନିଯିବା ଦରକାର। ନ୍ୟାଯ୍ୟ ଦାବିରୁ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ କାହିଁକି ବଞ୍ଚିତ କରାଯାଉଛି। ତୁରନ୍ତ ବାଚସ୍ପତି ଏ ନେଇ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ଯେପରି ବକେୟା ଅର୍ଥ ସହିତ ସପ୍ତମ ବେତନ କମିଶନ ଦରମା ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri