ବିଧାନସଭାରେ ଏକ ହେଲେ ଶାସକ, ବିରୋଧୀ: ସାମ୍ବାଦିକ ସୁରକ୍ଷା ଆଇନ ଆଣିବାକୁ ଦାବି

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରେ ସାମ୍ବାଦିକମାନେ ସୁରକ୍ଷିତ ନୁହନ୍ତି। ଅନେକ ସମୟରେ ସାମ୍ବାଦିକମାନଙ୍କୁ ଆକ୍ରମଣର ଶିକାର ହେବାକୁ ପଡୁଛି। ତେଣୁ ସାମ୍ବାଦିକମାନଙ୍କ ସୁରକ୍ଷା ପାଇଁ ସରକାର ଏକ ସୁରକ୍ଷା ଆଇନ ଆଣନ୍ତୁ ବୋଲି ଉଭୟ ଶାସକ ଏବଂ ବିରୋଧୀ ଦଳର ସଦସ୍ୟମାନେ ଦାବି କରିଛନ୍ତି। ସୋମବାର ବିଧାନସଭା ଅଧିବେଶନ ଦ୍ୱିତୀୟ ଭାଗ ଅପରାହ୍ନପ୍ରଥମ ଭାଗ ଅପରାହ୍ନ ୩ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବାପରେ ଉଭୟ ଶାସକ ଏବଂ ବିରୋଧୀ ସାମ୍ବାଦିକ ସୁରକ୍ଷା ପ୍ରସଙ୍ଗ ଉଠାଇଥିଲେ। ଭାଜପା ସଦସ୍ୟମାନେ ଗୃହରେ ଉପସ୍ଥିତ ନ ଥିବାବେଳେ ସରକାରୀ ଦଳ ଏବଂ କଂଗ୍ରେସ ସଦସ୍ୟମାନେ ଏହି ପ୍ରସଙ୍ଗ ଉଠାଇଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଅନେକ ସମୟରେ କର୍ତ୍ତବ୍ୟରତ ସାମ୍ବାଦିକମାନେ ଆକ୍ରମଣର ଶିକାର ହେଉଛନ୍ତି। ଏପରି କି ଜନ ପ୍ରତିନିଧିମାନେ ମଧ୍ୟ ଦୁର୍ବ୍ୟବହାର କରୁଛନ୍ତି। ସେମାନଙ୍କ ଧନ ଜୀବନ ପ୍ରତି ବିପଦ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସାମ୍ବାଦିକ ସୁରକ୍ଷା ନେଇ ରହିଥିବା ନିୟମକୁ ପରିବର୍ତ୍ତନ କରାଯାଇ ନୂଆ ନିୟମ ଆଣାଯାଉ। ସାମ୍ବାଦିକମାନଙ୍କ ସୁରକ୍ଷା ଲାଗି ମହାରାଷ୍ଟ୍ର ସରକାର ଆଇନ କରିଛନ୍ତି। ଓଡିଶାରେ ସାମ୍ବାଦିକମାନଙ୍କ ପାଇଁ ମଧ୍ୟ ସମାନ ବ୍ୟବସ୍ଥା କରାଯାଉ ବୋଲି ନରସିଂହ କହିଛନ୍ତି। ସେହିପରି କଂଗ୍ରେସ ସଦସ୍ୟ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ମହାରାଷ୍ଟ୍ରରେ ଯେପରି ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରାଯାଇଛି ସେହିପରି ଓଡିଶାରେ ମଧ୍ୟ ଲାଗୁ ହେଉ। ସାମ୍ବାଦିକଙ୍କ ଲାଗି ମାତ୍ର ୨ଲକ୍ଷ ଟଙ୍କାର ବୀମା ବ୍ୟବସ୍ଥା ରହିଛି। ସେମାନଙ୍କୁ ଦରମା ଏବଂ ପେନ୍‌ସନ ବ୍ୟବସ୍ଥା କରିବା ଦରକାର। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୀମା ରାଶି ବୃଦ୍ଧି କରାଯାଉ ବୋଲି ସାଲୁଜା କହିଛନ୍ତି। ସେହିଭଳି ସରକାରୀ ଦଳର ସଦସ୍ୟ ପ୍ରଫୁଲ ସାମଲ କହିଛନ୍ତି, ସରକାର ସମସ୍ତଙ୍କ ପାଇଁ ବହୁତ କିଛି କରୁଛନ୍ତି ସାମ୍ବାଦିକମାନଙ୍କ ଚିହ୍ନଟ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇପାରୁନାହିଁ, ଯେଉଁଥିଲାଗି ସାମ୍ବାଦିକମାନେ ଜଣାପଡୁନାହାନ୍ତି। ସେମାନଙ୍କୁ ସୁରକ୍ଷା ସହିତ ସର୍ବନିମ୍ନ ସୁବିଧା ଯୋଗାଇ ଦେବା ଦରକାର। ଶ୍ରମ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି ସାମ୍ବାଦିକଙ୍କୁ ଚିହ୍ନଟ କରାଯିବା ଦରକାର। ବାଚସ୍ପତି ମଧ୍ୟ ନିଜେ ଜଣେ ସାମ୍ବାଦିକ। ତେଣୁ ସାମ୍ବାଦିକମାନଙ୍କ ଲାଗି ଆମେ ସମସ୍ତେ ଯତ୍ନବାନ ହେବା ଦରକାର। ଗ୍ରାମାଞ୍ଚଳ ସାମ୍ବାଦିକଙ୍କ ପାଇଁ କୌଣସି ସୁବିଧା ଓ ସୁଯୋଗ ନାହିଁ। ସାମ୍ବାଦିକଙ୍କ ଲାଗି ସରକାର ଯତ୍ନବାନ ହେବା ଦରକାର ବୋଲି ପ୍ରଫୁଲ କହିଛନ୍ତି। କଂଗ୍ରେସ ସଦସ୍ୟ ସୁରେଶ କୁମାର ରାଉତରାୟ କହିଛନ୍ତି, ଓଡିଶାର ସାମ୍ବାଦିକମାନେ ବହୁତ ଦୁଃଖରେ ଅଛନ୍ତି। ସେମାନଙ୍କୁ ବାଡେଇଲେ ସୁରକ୍ଷା ଦେବା ପାଇଁ କେହି ନାହାନ୍ତି। ସାମ୍ବାଦିକଙ୍କୁ ଘର ସହ ଦରମା ଦେବା ଆବଶ୍ୟକ ବୋଲି ସୁର ରାଉତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri