ବିଧାନସଭାରେ ପୁଣି ଧାନ ତାତି, ଗୃହ ମୁଲତବୀ, ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଚାଷୀଙ୍କଠାରୁ ଧାନ ସଂଗ୍ରହକୁ ନେଇ ବିଧାନସଭାରେ ପୁଣି ହଙ୍ଗାମା ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ସୋମବାର ଗୃହକୁ ଅଚଳ କରିଥିବା ବେଳେ ମଙ୍ଗଳବାର ମଧ୍ୟ ହେ-ହଲ୍ଲା କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ଦଳ ସଦସ୍ୟ ତାରା ପ୍ରସାଦ ବାହିନୀପତି, ମହମ୍ମଦ୍‌ ମୋକିମ୍‌, ସୁରେଶ କୁମାର ରାଉତରାୟ, ରମେଶ ଚନ୍ଦ୍ର ଜେନା ଓ ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ସରକାର ବିରୋଧୀ ବ୍ୟାନର ଦେଖାଇବା ସହିତ ହଟ୍ଟଗୋଳ କରିଥିଲେ। ଫଳରେ ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ହୋଇ ପାରିଲା ନାହିଁ। ବାଚସ୍ପତି ବାଧ୍ୟହୋଇ ଗୃହକୁ ମାତ୍ର ଅଧା ମିନିଟ ପରେ ସାଢ଼େ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।
ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୧୦ଟା ୩୦ରେ ସଭାକାର୍ଯ୍ୟ ଚଳାଇବା ପାଇଁ ଗୃହକୁ ପ୍ରବେଶ କରିଥିଲେ। ସଦସ୍ୟମାନେ ନମସ୍କାର ଜଣାଇ ବାଚସ୍ପତିଙ୍କୁ ସ୍ବାଗତ କଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ମାତ୍ରେ ଉଭୟ କଂଗ୍ରେସ ଓ ଭାଜପାର ସଦସ୍ୟମାନେ ବ୍ୟାନର ଦେଖାଇ ଗୃହର ମଧ୍ୟଭାଗକୁ ମାଡିଆସିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସହଯୋଗ କରିବା ପାଇଁ ବାଚସ୍ପତି ସେମାନଙ୍କୁ ଅନୁରୋଧ କରିଥିଲେ । ମାତ୍ର ଏହାର କୌଣସି ପ୍ରଭାବ ବିରୋଧୀଙ୍କ ଉପରେ ପଡ଼ି ନ ଥିଲା। ଚାଷୀ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଜୋର୍‌ଦାର ଆକ୍ରମଣ କରିଥିଲେ। ପରିସ୍ଥିତିରେ କୌଣସି ପରିବର୍ତ୍ତନ ନ ହେବାରୁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରି ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri