ବିଧାନସଭାର ପ୍ରଥମ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପରଲୋକଗତ ସଦସ୍ୟ ତଥା ପୂର୍ବତନ ସିଆର୍‌ପିଏଫ୍‌ କନଷ୍ଟେବଳଙ୍କ ବିୟୋଗରେ ଗୃହରେ ଶୋକ କରାଯାଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳ ଅଭିଭାଷଣ ରଖିଥିଲେ। ଏହାପରେ ପୂର୍ବାହ୍ନ ୧୧ଟା ୨୫ ମିନିଟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୋକ ପ୍ରସ୍ତାବ ଆଗତ କରିବାକୁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କହିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବତନ ମନ୍ତ୍ରୀ ବେଦ ପ୍ରକାଶ ଅଗ୍ରଓ୍ବାଲ, ଗଙ୍ଗାଧର ପ୍ରଧାନ, ବିଧାନସଭାର ପୂର୍ବତନ ସଦସ୍ୟ ଦ୍ୱିତୀକୃଷ୍ଣ ପଣ୍ଡା, ଚନ୍ଦ୍ରଶେଣା ନାୟକ, ପରିକ୍ଷିତ କର୍ଣ୍ଣ ଏବଂ ସିଆର୍‌ପିଏଫ୍‌ର ପୂର୍ବତନ କନଷ୍ଟେବଳ ପ୍ରଶାନ୍ତ କୁମାର ସାହୁ, ମନୋଜ କୁମାର ବେହେରା, ରାଷ୍ଟ୍ରୀୟ ରାଇଫଲ୍‌ସର ପୂର୍ବତନ ନାଏକ ଅଜିତ୍‌ କୁମାର ସାହୁଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ସେ ଦିବଂଗତ ସଦସ୍ୟ ଓ ଯବାନମାନଙ୍କ ସ୍ମୃତିଚାରଣ କରିବା ସହିତ ସେମାନଙ୍କର ସକ୍ଷିପ୍ତ ଜୀବନୀ ବିଷୟରେ ଉଲ୍ଲେଖ କରିଥିଲେ। ଏଥିସହିତ ସ୍ବର୍ଗତ ସଦସ୍ୟ ଓ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ସେମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ସମର୍ଥନ କରିବା ସହିତ ଦିବଂଗତ ସଦସ୍ୟ ଓ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଭାରତୀୟ ଜନତା ଦଳ ପକ୍ଷରୁ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଯାଇଥିଲା। କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର, ସିପିଆଇଏମ୍‌ ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତାବକୁ ସମର୍ଥନ କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ଶେଷରେ ବାଚସ୍ପତି ବିଧାନସଭାର ସ୍ବର୍ଗତ ସଦସ୍ୟ ଓ ଦେଶ ପାଇଁ ପ୍ରାଣବଳି ଦେଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ। ୨୮ ମିନିଟ ଧରି ଗୃହରେ ଶୋକ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri