ବିଧାୟକ ପ୍ରାର୍ଥୀ ସମର ପ୍ରଧାନଙ୍କ ପରଲୋକ

ରେଢାଖୋଲ,୧୫।୪(ଡି.ଏନ.ଏ.): ୨୦୧୯ ସାଧାରଣ ନିର୍ବାଚନରେ ରେଢାଖୋଲ ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଭାଜପା ଯୁବନେତା ତଥା ଆଇନଜୀବୀ ସମର କୁମାର ପ୍ରଧାନ(୪୪) ଆଉ ନାହାନ୍ତି। ମଙ୍ଗଳବାର ରାତି ୨ଟାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଅକାଳ ବିୟୋଗ ଘଟିଛି। ତାଙ୍କ ଅକାଳ ବିୟୋଗରେ ରେଢାଖୋଲରେ ଶୋକର ଛାୟା ଖେଳି ଯାଇଛି। ସେ ଗତ ସାଧାରଣ ନିର୍ବାଚନ ସମୟରୁ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ତାଙ୍କ ମରଶରୀରକୁ ଭୁବନେଶ୍ୱରରୁ ରେଢାଖୋଲକୁ ଅଣାଯାଇଥିଲା। ରଥସାହିସ୍ଥିତ ବାସଭବନରେ ସହରବାସୀ ଅନ୍ତିମ ଦର୍ଶନ କରିବା ପରେ ପୈତୃକ ଗ୍ରାମ ବାରବାଙ୍କ ଗ୍ରାମରେ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି। ଏକମାତ୍ର ପୁଅ ଆୟନ ପ୍ରଧାନ (୯) ମୁଖାଗ୍ନି ଦେଇଥିଲେ। ସମରଙ୍କ ଅକାଳ ବିୟୋଗରେ ବିଧାୟକ ରୋହିତ ପୂଜାରୀ ଶୋକବ୍ୟକ୍ତ କରିଛନ୍ତି। ରେଢାଖୋଲ ଓକିଲ ସଂଘ ସଭାପତି ଅଭୟ କୁମାର ବୀର, ସଂପାଦକ ଗଣେଶ୍ୱର ପ୍ରଧାନ, ଜିଲା ପରିଷଦ ସଭ୍ୟ ପ୍ରଦୀପ ପ୍ରଧାନ ପ୍ରମୁଖ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ସେହିଭଳି ରେଢାଖୋଲ ଓକିଲ ସଂଘ ପକ୍ଷରୁ ସମରଙ୍କ ବିୟୋଗରେ ଶୋକସଭା କରାଯାଇଥିଲା। ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ଶୋକସଭାରେ ସଦସ୍ୟାମନେ ଯୋଗଦେଇ ତାଙ୍କ ଆତ୍ମାର ଶାନ୍ତି ଲାଭ ପାଇଁ ନୀରବ ପ୍ରାର୍ଥନା କରିଥିଲେ। ସେହିଭଳି ଅନ୍ତିମ ସଂସ୍କାର ବେଳେ ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଭାଜପା ବିଧାୟକ ପ୍ରାର୍ଥୀ ଦେବେନ୍ଦ୍ର ମହାପାତ୍ର, ଭାଜପା ଜିଲା ସଭାପତି ଗିରିଶ ପଟେଲ, ବ୍ଲକ ବିଜେଡି ସଭାପତି ଉଦିତ ତ୍ରିପାଠୀ, ନାକ୍ଟିଦେଉଳ ବ୍ଲକର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ସାହୁ, ଶ୍ରମିକ ନେତା ଅନାଦି ସାହୁ, ପୂର୍ବତନ କାଉନସିଲର ରାଜିବଲୋଚନ ପ୍ରଧାନ, ଆଇନଜୀବୀ ଦୟାସାଗର ପ୍ରଧାନ, ସରକାରୀ ଓକିଲ ନାରାୟଣ ତ୍ରିପାଠୀଙ୍କ ସମେତ ରେଢାଖୋଲର ବହୁ ବିଶିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ। ରେଢାଖୋଲର ବରିଷ୍ଠ ଆଇନଜୀବୀ ଶମ୍ଭୁପ୍ରସାଦ ପ୍ରଧାନଙ୍କ ସେ ଦ୍ୱିତୀୟ ପୁଅ। ଛାତ୍ର ଜୀବନରୁ ସମର ରାଜନୀତିରେ ସକ୍ରିୟ ଥିଲେ। ଭାଜପାର ବିଭିନ୍ନ ପଦପଦବିରେ ରହି ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri