ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା: ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି

କଟକ ଅଫିସ, ୪ା୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଗତ ସାଧାରଣ ନିର୍ବାଚନ ସମୟରେ ମୋକିମ ଦାଖଲ କରିଥିବା ସତ୍ୟପାଠରେ ତଥ୍ୟ ଲୁଚାଇଥିବା ଅଭିଯୋଗ କରି ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସାମନ୍ତରାୟ ପିଟିଶନରେ ଦର୍ଶାଇଛନ୍ତି, ମୋକିମଙ୍କ ବିରୋଧରେ ଯେଉଁସବୁ ଫୌଜଦାରି ମାମଲା ରହିଛି ସେ ସବୁକୁ ସତ୍ୟପାଠରେ ଦର୍ଶାଇନାହାନ୍ତି। ଏପରି କି ସେ ତାଙ୍କର ସମ୍ପୂର୍ଣ୍ଣ ସମ୍ପତ୍ତି ତାଲିକା ମଧ୍ୟ ସତ୍ୟପାଠରେ ଉଲ୍ଲେଖ କରିନାହାନ୍ତି। ତେଣୁ ମୋକିମଙ୍କ ସତ୍ୟପାଠ ଅର୍ଦ୍ଧସତ୍ୟ ଉପରେ ପର୍ଯ୍ୟବସିତ। ନିର୍ବାଚନ ସତ୍ୟପାଠରେ ତଥ୍ୟ ଲୁଚାଇଥିବା ଯୋଗୁ ଉକ୍ତ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯିବା ସହିତ ବାରବାଟୀ-କଟକରେ ସାନି ନିର୍ବାଚନ କରିବାକୁ ସାମନ୍ତରାୟ ପିଟିଶନରେ ନିବେଦନ କରିଛନ୍ତି। ମାମଲାରେ ସେ ରାଜ୍ୟ ଓ ଜିଲା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପକ୍ଷଭୁକ୍ତ କରିଛନ୍ତି। ଏ ସମ୍ପର୍କରେ ବିଧାୟକ ମୋକିମ କୁହନ୍ତି, ଗଣମାଧ୍ୟମରୁ ମୁଁ ଏହି କଥା ଶୁଣିବାକୁ ପାଉଛି। କୋର୍ଟ ପକ୍ଷରୁ ମୋତେ ଏ ସମ୍ପର୍କରେ କୌଣସି ନୋଟିସ କରାଯାଇନାହିଁ। ଆବେଦନକାରୀ ସାମନ୍ତରାୟଙ୍କ ପକ୍ଷରୁ ଆଡଭୋକେଟ ଗୋପାଳ ଚନ୍ଦ୍ର ଅଗ୍ରୱାଲ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri