ବିଧାୟକ ସ୍ନାନବେଦୀକୁ ଚଢ଼ିବା ନେଇ ବିବାଦ

ପୁରୀ ଅଫିସ, ୧୮।୬: ମହାପ୍ରଭୁଙ୍କୁ କୌଣସି ଭକ୍ତ ସ୍ପର୍ଶ କରିପାରିବେ ନାହିଁ କି ସାହାଣମେଲା ଦର୍ଶନ ସମୟ ବ୍ୟତୀତ ଅନ୍ୟ ସମୟରେ କୌଣସି ଦର୍ଶନାର୍ଥୀ ସ୍ନାନମଣ୍ଡପ ଉପରକୁ ଉଠିପାରିବେ ନାହିଁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ନାନଯାତ୍ରା ବ୍ୟବସ୍ଥାବଳୀରେ ଏହା ସ୍ପଷ୍ଟ କରାଯାଇଛି। ହେଲେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ କେତେଜଣ ସେବକଙ୍କ ଗହଣରେ ସ୍ନାନମଣ୍ଡପକୁ ଯାଇଥିଲେ। ଅତି ନିକଟରୁ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିଥିଲେ। ଏହି ସମୟରେ ବିଧାୟକ ଷଡ଼ଙ୍ଗୀ ଠାକୁରଙ୍କୁ ସ୍ପର୍ଶ କରିଥିବା ନେଇ ମଧ୍ୟ ଚର୍ଚ୍ଚା ହେଉଛି।
ପ୍ରାତଃ ପହଣ୍ଡିବିଜେ ପରଠାରୁ ସାହାଣମେଲା ପୂର୍ବ ପର୍ଯ୍ୟନ୍ତ ସ୍ନାନମଣ୍ଡପ ତଳ ସମ୍ମୁଖ ଭାଗରେ ଥିବା ସ୍ଥାୟୀ ର଼୍ୟାମ୍ପରେ ଦର୍ଶନାର୍ଥୀମାନେ ଠାକୁରଙ୍କୁ ଦର୍ଶନ କରିପାରିବେ। ଦକ୍ଷିଣପଟୁ ପ୍ରବେଶ କରି ଦର୍ଶନ ସାରିବା ପରେ ଉତ୍ତର ପଟେ ପ୍ରସ୍ଥାନ କରିବେ ବୋଲି ବ୍ୟବସ୍ଥାବଳୀରେ ଉଲ୍ଲେଖ ରହିଛି। ସେହିପରି ସାହାଣ ମେଲା ଦର୍ଶନ ସମୟରେ ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକଙ୍କ ବ୍ୟତୀତ କୌଣସି ଦର୍ଶନାର୍ଥୀ ଠାକୁରଙ୍କ ନିକଟକୁ ଯାଇପାରିବେ ନାହିଁ କିମ୍ବା ସ୍ପର୍ଶ କରିପାରିବେ ନାହିଁ ବୋଲି ଦର୍ଶାଯାଇଛି। ତେବେ ସାହାଣମେଲା ସମୟ ସନ୍ଧ୍ୟା ସାଢେ ୭ଟାରୁ ରାତି ସାଢେ ୯ଟା ପର୍ଯ୍ୟନ୍ତ ନିର୍ଘଣ୍ଟ ହୋଇଛି। ତେବେ ଏହି ସମୟରେ ବିଧାୟକ ଷଡଙ୍ଗୀ କିଭଳି ପୂର୍ବାହ୍ନ ୧୧ଟାରେ ସ୍ନାନମଣ୍ଡପକୁ ଉଠିଲେ ଏବଂ ଠାକୁରଙ୍କୁ ଅତି ନିକଟରୁ ଦର୍ଶନ କଲେ ତାହାକୁ ନେଇ ସୃଷ୍ଟି ହୋଇଛି ବିବାଦ। ଏହାପରେ ରାତିରେ ସାହାଣମେଲା ସମୟରେ ବି ପୁଣିଥରେ ବିଧାୟକ କେତେଜଣଙ୍କୁ ସାଥୀରେ ନେଇ ସ୍ନାନମଣ୍ଡପରେ ଠାକୁରଙ୍କୁ ଦର୍ଶନ କରିଥିବା ଜଣାପଡ଼ିଛି। ତେବେ ପୂର୍ବାହ୍ନରେ ବିଧାୟକ ଷଡ଼ଙ୍ଗୀ ଠାକୁରଙ୍କୁ ସ୍ପର୍ଶ କରିଥିବା ଆଲୋଚନା ଶୁଣିବାକୁ ମିଳୁଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲଗାଯାଇଥିବା ସିସିଟିଭି ଫୁଟେଜ ଯାଞ୍ଚ ହେଲେ ଏହା ସତ୍ୟ ନା ଗୁଜବ ତାହା ସ୍ପଷ୍ଟ ଜଣାପଡ଼ିବ। ଅନ୍ୟପକ୍ଷେ ଠାକୁରଙ୍କୁ ସ୍ପର୍ଶ କରିଥିବା ନେଇ ଯେଉଁ ଚର୍ଚ୍ଚା ହେଉଛି ସେ ସମ୍ପର୍କରେ ବିଧାୟକ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ନେବାକୁ ତାଙ୍କ ମୋବାଇଲ ନମ୍ବର ୯୦୪୦୧୪୬୯୩୬ ଯୋଗେ ଯୋଗାଯୋଗ କରାଯାଇଥିଲା। କିନ୍ତୁ ସେ ଫୋନ ଉଠାଇ ନ ଥିବାରୁ ତାଙ୍କର ମତାମତ ନିଆଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri