ବିଧାୟକଙ୍କ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ: ବିଭିନ୍ନ କାର୍ଯ୍ୟ କଲେ ଅନୁଧ୍ୟାନ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି ଶୁକ୍ରବାର ଅଚାନକ ଜିଲା ସଦର ମହକୁମା ଚିକିତ୍ସାଳୟ ଗସ୍ତ କରି ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ତାଙ୍କ ଗସ୍ତବେଳେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ.ଅଜୟ କୁମାର ବୈଠାରୁ ଉପସ୍ଥିତ ଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ। ବିଧାୟକ ପରେ ଚିକିତ୍ସାଳୟର ବିଭିନ୍ନ କକ୍ଷ, ୱାର୍ଡ ପରିଦର୍ଶନ କରି ରୋଗୀଙ୍କ ସହ ବିଭିନ୍ନ ପରୀକ୍ଷା ଓ ଔଷଧ ମାଗଣାରେ ମିଳୁଛି କି ନାହିଁ, କର୍ମଚାରୀଙ୍କ ବ୍ୟବହାର ବିଷୟରେ ପଚାରି ବୁଝିଥିଲେ। ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରି ଜିଲା ମୁଖ୍ୟ ଚିକତ୍ସାଳୟରେ ଡାକ୍ତର ପଦବୀ ଖାଲି ଥିବା ଅବଗତ ହୋଇଥିଲେ। ତେବେ ବର୍ତ୍ତମାନ ସିଟି ସ୍କାନ, ଏମ.ଆର.ଆଇ ସ୍କାନ ମେଶିନ୍‌ର ଆବଶ୍ୟକତା ଥିବାରୁ ସରକାରଙ୍କୁ ଏ ବିଷୟରେ ଅବଗତ କରାଇବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ପରେ ମେଡିକାଲ ପରିସରରେ ଆୟୋଜିତ ଜାତୀୟ କନ୍ୟା ସନ୍ତାନ ସୁରକ୍ଷା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ଦିବସର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ବିଧାୟକଙ୍କ ପରିଦର୍ଶନ ବେଳେ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡଃ.ଅନିଲ କୁମାର ମିଶ୍ର ତାଙ୍କୁ ସମସ୍ତ ବିଷୟରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri