ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି।
ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ ଅଫିସରେ ଅଭିଯୁକ୍ତଦ୍ୱୟ ନିଆଁ ଲଗାଇ ଦେଇଥିଲେ। ଏଥିରେ ବିଧାୟକଙ୍କ ଗାଡ଼ି ସହ ବିଜୁ ଯୁବ ବାହିନୀର ଆମ୍ବୁଲାନ୍ସରେ ମଧ୍ୟ ନିଆଁ ଲାଗି ଯାଇଥିଲା। ବିଧାୟକଙ୍କ ଗାଡ଼ିଟି ସମ୍ପୂର୍ଣ୍ଣ ଓ ଆମ୍ବୁଲାନ୍ସଟି ଆଂଶିକ ପୋଡ଼ି ଯାଇଥିଲା। ଏ ନେଇ ବିକ୍ରମପୁର ଥାନାରେ ୧୪୨/୧୯ରେ ମକଦ୍ଦମା ରୁଜୁ କରାଯାଇ ଏକ ସ୍ବତନ୍ତ୍ର ଟିମ୍‌ ଏହାର ତଦନ୍ତ ଓ ଅନୁସନ୍ଧାନ ଜାରି ରଖିଥିଲା। ତେବେ ଶନିବାର ରାତିରେ ପୋଲିସ ତାଳଚେର ଅଞ୍ଚଳରୁ ଉଭୟଙ୍କୁ ଗିରଫ କରିଥିବା ବେଳେ ରବିବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ...

Lionel Messi India Tour: ଭାରତ ଗସ୍ତର ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ଫୁଟବଲ କିମ୍ବଦନ୍ତୀ ମେସି

ନୂଆଦିଲ୍ଲୀ,୧୫।୧୨: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ଜଣେ ଭାବରେ ବିବେଚିତ ଲିଓନେଲ ମେସି (GOAT Tour of India 2025), ସୋମବାର ଦିଲ୍ଲୀରେ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri