ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ ଆମକୁ ରହିବାକୁ ପଡ଼ୁଛି। ଆମେ ବିପିଏଲ୍‌ କାଟାଗୋରି ବିଧାୟକ। ଆପଣ ଏପିଏଲ୍‌ କାଟାଗୋରି। ତେଣୁ ଆପଣ ଆମ କଥା ବିଚାରକୁ ନେଉ ନାହାନ୍ତି। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ଏଭଳି ଅଭିଯୋଗ କରିଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ବିଷ୍ଣୁ ଚରଣ ସେଠୀ। ସେ କହିଥିଲେ ଯେ, ଆଇଏଏସ୍‌, ଆଇପିଏସ୍‌ ଅଫିସରଙ୍କୁ ଆଗେ ଘର ମିଳୁଛି। ଆମକୁ ମିଳି ନାହିଁ। କେଉଁ ଦିନ ମିଳିବ ବାଚସ୍ପତି ଆମକୁ ନିର୍ଦ୍ଦିଷ୍ଟ ଭାବେ କୁହନ୍ତୁ। ଏ ପ୍ରସଙ୍ଗରେ ବିଷ୍ଣୁ ମୁଖ୍ୟମନ୍ତ୍ରୀଙ୍କୁ ଇଙ୍ଗିତ କରି ଏକ ଗୀତ ମଧ୍ୟ ଗାଇଥିଲେ। ତାଙ୍କୁ ସମର୍ଥନ କରି ଭାଜପାର ଅନ୍ୟ ସଭ୍ୟମାନେ ନିଜ ଆସନ ନିକଟରେ ଛିଡ଼ା ହୋଇ ପାଟିତୁଣ୍ଡ କରିଥିଲେ। ବାଚସ୍ପତି କହିଥିଲେ ଯେ, ଏ ବିଷୟ ମୁଁ ଅନୁଭବ କରୁଛି। ଘର ଯୋଗାଇବା ସାଧାରଣ ପ୍ରଶାସନ ବିଭାଗର ଦାୟିତ୍ୱ । ତେବେ ମୁଁ ନିଶ୍ଚିତ କରୁଛି ଯେ, ଖୁବ୍‌ଶୀଘ୍ର ଘର ଯୋଗାଇ ଦେବା ପାଇଁ ବ୍ୟବସ୍ଥା ହେବ। ଏହା କହିବା ପରେ ଭାଜପା ସଭ୍ୟମାନେ ନିଜ ସିଟ୍‌ରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri