ବିଧି ରକ୍ଷା ହେଉ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୫ା୪: ଶ୍ରୀମନ୍ଦିର ଭିତରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ରଥଖଳାରେ ନୁହେଁ ମେଘନାଦ ପାଚେରି ପରିସରରେ ହେବ ଅକ୍ଷୟ ତୃତୀୟା ନୀତି । ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ କରାଯିବ । କିନ୍ତୁ ମେ ୩ ତାରିଖ ପରେ କରୋନା ମୁକାବିଲା ନେଇ ସରକାରଙ୍କ ନୂଆ ଗାଇଡ୍‌ଲାଇନ ପରେ ରଥଯାତ୍ରା ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି କହିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। କରୋନା କଟକଣା ଭିତରେ କିପରି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଏବଂ ଅକ୍ଷୟ ତୃତୀୟା ନୀତି କରାଯିବ ସେ ନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଲୋଡିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି। ଶୁକ୍ରବାର ରାତିରେ ଗୋବର୍ଦ୍ଧନ ମଠରେ ଅନୁଷ୍ଠିତ ବୈଠକ ପରେ ଗଜପତି ମହାରାଜା କହିଥିଲେ, ମହାପ୍ରଭୁଙ୍କ ବିଧି ରକ୍ଷା ହେଉ ବୋଲି ଶଙ୍କରାଚାର୍ଯ୍ୟ ପରାମର୍ଶ ଦେଇଛନ୍ତି। ତେବେ କୋଭିଡ୍‌-୧୯ ଗାଇଡଲାଇନ ମୁତାବକ ମେ ୩ତାରିଖ ପର୍ଯ୍ୟନ୍ତ ବାହାରେ କୌଣସି ଯାତ୍ରା ହୋଇପାରିବ ନାହିଁ। ଲକ୍‌ଡାଉନ ଶେଷ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ଶ୍ରୀମନ୍ଦିର ପରିସରରେ ହେବ। ଆସନ୍ତା ରବିବାର ଅକ୍ଷୟ ତୃତୀୟା ନୀତି ଅର୍ଥାତ୍‌ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ଶ୍ରୀମନ୍ଦିର ଭିତରେ ହିଁ ହେବ। ସେହିପରି ଅକ୍ଷୟ ତୃତୀୟାରୁ ଆରମ୍ଭ ହେବାକୁ ଥିବା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ମଧ୍ୟ ମନ୍ଦିର ଭିତରେ କରାଯିବ। ତେବେ କେଉଁଠି କିପରି ହେବ ଶନିବାର ଜିଲାପାଳ ସମ୍ପୃକ୍ତ ସେବକଙ୍କ ସହ ଆଲୋଚନା କରି ଚୂଡ଼ାନ୍ତ କରିବେ। ମେ ୩ ତାରିଖ ପରେ ସରକାର ଯେଉଁ ଗାଇଡଲାଇନ ଆଣିବେ ତାହାକୁ ଦୃଷ୍ଟିରେ ରଖି ରଥଯାତ୍ରା ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ତେବେ ସରକାରଙ୍କ ନିୟମ ମାନି କିପରି ରଥଯାତ୍ରା ହୋଇପାରିବ ସେ ନେଇ ଆମେ ନିବେଦନ ରଖିବୁ ବୋଲି ଗଜପତି ମହାରାଜା କହିଛନ୍ତି। ବୈଠକରେ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜାଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର, ଜିଲାପାଳ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ୍‌ କରିବା ପୂର୍ବରୁ ମଧ୍ୟାହ୍ନରେ ଭିଡିିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣାକୁ ଦୃଷ୍ଟିରେ ରଖି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଏବଂ ରଥଯାତ୍ରା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ସେବାୟତ ସଦସ୍ୟ ମହାପ୍ରଭୁଙ୍କ କୌଣସି ପରମ୍ପରା ବନ୍ଦ କରାଯିବ ନାହିଁ ବୋଲି କହିଥିଲେ। ଏହାକୁ ନେଇ ଆଲୋଚନା କିଛି ସମୟ ବେଶ୍‌ ସରଗରମ୍‌ ରହିଥିଲା। ଶେଷରେ ସଦସ୍ୟମାନେ ଗଜପତି ମହାରାଜାଙ୍କ ଉପରେ ନିଷ୍ପତ୍ତି ଛାଡିଥିଲେ। ମାତ୍ର ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟ୍‌ସ ଅନୁସାରେ କୌଣସି ଧାର୍ମିକ ପ୍ରସଙ୍ଗରେ ଗୋବର୍ଦ୍ଧନ ପୀଠର ପରମପୂଜ୍ୟପାଦ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ହିଁ ନିଷ୍ପତ୍ତି ନେଇପାରିବେ। ତେଣୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ୍‌ କରିବା ଲାଗି ଗଜପତି କହିଥିଲେ। ସନ୍ଧ୍ୟାରେ ସମସ୍ତେ ଗୋବର୍ଦ୍ଧନ ମଠରେ ପହଞ୍ଚତ୍ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri