ବିନା ଅନୁମତିରେ ଖୋଳିଦେଲେ ରାସ୍ତା: କାମ ବନ୍ଦ କଲେ ଯନ୍ତ୍ରୀ

କାମାକ୍ଷାନଗର, ୨୩।୧୧(ଡି.ଏନ.ଏ.) କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଆଲୁଅଝରଣ ଗ୍ରାମ ନିକଟରେ ବିନା ଅନୁମତିରେ ମେଶିନ ସହାୟତାରେ ରାସ୍ତାଖୋଳାକୁ ନେଇ କ୍ଷୋଭ ବ୍ୟକ୍ତ କରିଛନ୍ତି ପୂର୍ତ୍ତ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ପ୍ରଦୀପ ସାମଲ ଏବଂ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ। ଉଭୟ ଅଧିକାରୀ ଉପସ୍ଥିତ ରହି ଖୋଳାଯାଇଥିବା ସ୍ଥାନକୁ ପୋତିବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳରେ ପାଇପ୍‌ ବିଛାଯାଉଛି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ମନମୁଖି କାର୍ଯ୍ୟ ଏବଂ ଠିକାଦାରଙ୍କ ସହ ମଧୁଚନ୍ଦ୍ରିକା ଯୋଗୁ ମନଇଚ୍ଛା କାମ କରାଯାଉଛି। ଏପରି କି ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ପାଇପ ବିଛା କାମ ହେଉଛି। ଏପରି କି ଘରୋଇ ଜାଗା ମାଲିକଙ୍କ ବିନା ପରାମର୍ଶରେ କାମ କରାଯାଉଥିବା ଅଭିଯୋଗ ହେଉଛି। ଫଳରେ ଜନସାଧାରଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମେ ମାସରେ ହୋଇଥିବା ଫନୀ ବାତ୍ୟାବେଳେ ଜନୈକ ଠିକାଦାର ବାଉଁଶପାଳ ପଞ୍ଚାୟତ କଇଁବିଲ ଗ୍ରାମରେ ମନଇଚ୍ଛା ଗ୍ରାମ୍ୟ ରାସ୍ତା ଖୋଳି ଦେଇଥିବାରୁ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟା ଭୋଗିଥିଲେ। ପ୍ରଶାସନିକ ଅଧିକାରୀଙ୍କ ହସ୍ତକ୍ଷେପ ପରେ ଯୁଦ୍ଧକାଳୀନଭିତ୍ତିରେ ରାସ୍ତା ନିର୍ମାଣ କରାଯିବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା। ଠିକାଦାରଙ୍କ ଦାୟିତ୍ୱହୀନ କାର୍ଯ୍ୟ ପାଇଁ ବାରମ୍ବାର ଏପରି ସମସ୍ୟା ସୃଷ୍ଟି ହେଉଛି। ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

ଜଙ୍ଗଲରେ ବ୍ୟାପିଲାଣି ନିଆଁ, ରୋକିବା ପାଇଁ ଅଣ୍ଟାଭିଡ଼ିଲେ ଜିଲାପରିଷଦ ସଭ୍ୟ

ପରଜଙ୍ଗ,୧୨ା୩(ନିଗମାନନ୍ଦ ଦଳବେହେରା): ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଢେଙ୍କାନାଳ ବନଖଣ୍ଡର ମହାବିରୋଡ୍‌ ବନାଞ୍ଚଳରେ ଥିବା ଜଙ୍ଗଲଗୁଡ଼ିକରେ ନିଆଁ ଲାଗିବା ଆରମ୍ଭ ହୋଇଛି। ଯାହା…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି ।…

ଗାଁରେ ବୁଲୁଛି ହାତୀ, ହଜିଗଲାଣି ଲୋକଙ୍କ ନିଦ

ପରଜଙ୍ଗ,୧୦।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ଭାଲୁମୁଣ୍ଡା ଗାଁରେ ଗୋଠଛଡ଼ା ଦନ୍ତା ଆତଙ୍କ ହଟୁନି। ସଞ୍ଜ ନଇଁବା ମାତ୍ରେ ହାତୀଟି ଜନବସତି ଆଡକୁ ମାଡ଼ିଆସୁଛି।…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri