ବିନା ଇଞ୍ଜିନ୍‌ରେ ଗଡ଼ିଲା ମାଲ୍‌ବାହୀ ବଗି: ୧ କିଲୋମିଟର ଯିବା ପରେ ଓଲଟି ପଡ଼ିଲା, ଉଦ୍ଧାର କାର୍ଯ୍ୟ ଜାରି

ଝାରସୁଗୁଡ଼ା ଅଫିସ,୭ା୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଭୋର୍‌ ସମୟରେ ଏକ ମାଲବାହୀ ଟ୍ରେନ୍‌ର କିଛି ବଗି ବିନା ଇଞ୍ଜିନ୍‌ରେ ପ୍ରାୟ ୧ କିଲୋମିଟର ଗଡ଼ି ଯିବା ପରେ ଓଲଟି ପଡ଼ିଛି। ଏମ୍‌ସିଏଲ କୋଇଲା ଖଣିରେ ଏହି ଅଘଟଣ ଘଟିଛି।
ସୂଚନାନୁଯାୟୀ, ରବିବାର ଭୋର୍‌ରୁ ୬୦ ବଗି ବିଶିଷ୍ଟ କୋଇଲା ବୋଝେଇ ମାଲ୍‌ବାହୀ ଟ୍ରେନ୍‌ ବିନା ଇଞ୍ଜିନ୍‌ରେ ଏମ୍‌ସିଏଲ୍‌ କୋଇଲା ଖଣି ଅଞ୍ଚଳର ଲଜକୁରା କୋଲ୍‌ ସାଇଡିଂରୁ ବଗି ସବୁ ଗଡ଼ିଯାଇ ୧ କିଲୋମିଟର ଦୂର ଇବ୍‌ ପିଟ୍‌ ନିକଟରେ ଓଲଟି ପଡ଼ିଥିଲା। ଫଳରେ ୪ଟି ବଗି ଟ୍ରାକ୍‌ରୁ ତଳକୁ ଖସି ଯାଇଥିଲା। ୪ ଦିନ ତଳେ ଏହି ମାଲବାହୀ ଟ୍ରେନ୍‌ରେ କୋଇଲା ଲୋଡ୍‌ କରାଯାଇଥିଲା। ଏହି ଦୁର୍ଘଟଣା ଯୋଗୁ ଏମ୍‌ସିଏଲର ଆର୍ଥିକ କ୍ଷତି ହୋଇଥିବା ବେଳେ କୋଇଲା ପରିବହନରେ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି। କର୍ତ୍ତୃପକ୍ଷ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri