Posted inଫୁରସତ

ବିନା କାରଣରେ ହାତୀକୁ ପିଟିଲା ବାଳକ, ପ୍ରତିଶୋଧ ନେବାକୁ ହାତୀ କଲା ଏପରି , ଦେଖନ୍ତୁ ଏହି ଭିଡିଓ

ନିର୍ଦ୍ଦୋଷ ଜୀବଙ୍କ ପ୍ରତି ମଣିଷ କ୍ରୁର ହେବାରୁ ନିରୀହ ଜୀବଟି କିପରି ପ୍ରତିଶୋଧ ପରାୟଣ ହୋଇଉଠେ ଏହି ଭିଡିଓଟିକୁ ଦେଖିଲେ ଠିକ୍‌ ଜାଣିପାରିବେ। ଜଣେ ପିଲା ବିନା କାରଣରେ ଗୋଟିଏ ହାତୀକୁ ପିଟିବାରୁ ସେ ଏତେ ହିଂସ୍ର ହୋଇଉଠିଲା ଯେ, ମାରିବା ପାଇଁ ପିଲାଟିର ପଛେ ପଛେ ଦୌଡ଼ିଲା। ଭିଡିଓଟି ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଭିଡିଓଟିକୁ ଇଣ୍ଡିଆନ୍‌ ଫରେଷ୍ଟ ସର୍ଭିସର ଅଫିସର ସୁଶାନ୍ତ ନନ୍ଦ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ୍‌ ଲେଖିଛନ୍ତି, ନିରୀହ ପଶୁପକ୍ଷୀଙ୍କୁ ଚିଡ଼ାଇଲେ ଏପରି ଭୋଗିବାକୁ ପଡ଼େ। ଜୀବଜନ୍ତୁଙ୍କ ପ୍ରତି ଦୟାଳୁ ମନୋଭାବ ପୋଷଣ କରନ୍ତୁ। ଭିଡିଓଟି ଜାନୁୟାରୀ ୨୭ରେ ଶେୟାର କରାଯାଇଥିବା ବେଳେ ଏବେସୁଦ୍ଧା ୧୭ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ଜଣେ ୟୁଜର ଲେଖିଛନ୍ତି, ଦୟାକରି ଜୀବଜନ୍ତୁଙ୍କୁ ଭଲପାଆନ୍ତୁ। ସେହ୍ନ ଆଦର କରନ୍ତୁ। ଅଯଥାରେ ତାଙ୍କୁ ହଇରାଣ କରନ୍ତୁ ନାହିଁ। ଆଉ ଜଣେ ୟୁଜର ଲେଖିଛନ୍ତି, ହାତୀର ସ୍ମରଣଶକ୍ତି ଖୁବ୍‌ ପ୍ରଖର। ଯେଉଁ ପିଲାଟି ତାକୁ ମାରିଥିଲା ପ୍ରତିଶୋଧ ନେବାକୁ ତା’ରି ପଛରେ ଦୌଡ଼ିଛି। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ପ୍ରକୃତ ପଶୁ ତ ସିଏ ଯିଏ ହାତୀକୁ ମାରି ଦୌଡ଼ି ପଳାଇଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri