ବିନା ଟିକେଟ ଯାତ୍ରୀଙ୍କ ଠାରୁ ରେଲଓ୍ବେ ଆୟ କରିଛି ୧୩୭୭ କୋଟି

ନୂଆଦିଲ୍ଲୀ,୨୭-୮: ଗତ ୩ ବର୍ଷର ଭାରତୀୟ ରେଲଓ୍ବେ ବିନା ଟିକେଟ ଯାତ୍ରୀଙ୍କ ଠାରୁ ଜରିମାନା ବାବଦରେ ୧୩୭୭ କୋଟି ଟଙ୍କା ଆୟ କରିଛି। ଏଥିଯୋଗୁ ମନ୍ତ୍ରଣାଳୟର ଆୟ ୩୧ ପ୍ରତିଶତ ବୃଦ୍ଧି ପାଇଛି। ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ଅଧୀନରେ ପ୍ରାପ୍ତ ସୂଚନାରୁ ଏହା ଜଣାପଡିଛି। ୨୦୧୬ରୁ ୨୦୧୯ ମଧ୍ୟରେ ଏହି ଜରିମାନା ଓ ଟିକେଟ ମୂଲ୍ୟ ବାବଦରେ ଆଦାୟ ହୋଇଛି ବୋଲି ଉକ୍ତ ସୂଚନାରୁ ଜଣାପଡିଛି। ସୂଚନାଥାଉ କି, ୨୦୧୮ରେ ପାର୍ଲାମେଣ୍ଟର ଏକ କନଭେନ୍‌ଶନ କମିଟି ୨୦୧୬-୧୭ରେ ରେଲଓ୍ବେର ଆର୍ଥିକ ରିପୋର୍ଟ ଅନୁଧ୍ୟାନ କରିବା ପରେ ବିନା ଟିକେଟ ଯାତ୍ରୀଙ୍କ ଯୋଗୁ ରାଷ୍ଟ୍ରୀୟ ପରିବହନ ପ୍ରଭୁତ କ୍ଷତି ସହୁଥିବା ନେଇ ଚିନ୍ତାବ୍ୟକ୍ତ କରିଥିଲେ। ଏହାପରେ ବିନା ଟିକେଟ ଯାତ୍ରୀଙ୍କ ବିରୋଧରେ ସାରା ଦେଶରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ରେଲଓ୍ବେ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରାପ୍ତ ସୂଚନାନୁଯାୟୀ ୨୦୧୬-୧୭ରେ ୪୦୫.୩୦ କୋଟି ଟଙ୍କା, ୨୦୧୭-୧୮ରେ ୪୪୧.୬୨ କୋଟି ଓ ୨୦୧୮-୧୯ରେ ୫୩୦.୦୬ କୋଟି ଟଙ୍କା ବିନା ଟିକେଟ ଯାତ୍ରୀଙ୍କ ଠାରୁ ଜରିମାନା ବାବଦରେ ଆୟ କରିଛି। ରେଲଓ୍ବେ ୨୦୧୮ ଏପ୍ରିଲରୁ ଜାନୁୟାରୀ ୨୦୧୯ ମଧ୍ୟରେ ୮୯ ଲକ୍ଷ ବିନା ଟିକେଟ ଯାତ୍ରୀଙ୍କୁ ଧରିଥିଲା। ସୂଚନାଥାଉ କି, ନିୟମ ଅନୁଯାୟୀ ବିନା ଟିକେଟ ଯାତ୍ରୀଙ୍କ ଠାରୁ ୨୫୦ ଟଙ୍କା ଜରିମାନା ଏବଂ ଟିକେଟ ମୂଲ୍ୟ ଆଦାୟ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri