Posted inଖେଳ

ବିନା ଦର୍ଶକରେ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ୍‌ ଖେଳିବ ବାର୍ସିଲୋନା

ମାଡ୍ରିଡ୍‌,୧୦।୩- ଆସନ୍ତା ୧୮ ତାରିଖରେ ବାର୍ସିଲୋନା କ୍ଲବ ତା’ର ଚାମ୍ପିୟନ୍ସ ଲିଗ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ନାପୋଲିକୁ ଭେଟିବ। ଏହି ମ୍ୟାଚ୍‌ ବନ୍ଦ ଇନ୍‌ଡୋର ଷ୍ଟାଡିୟମରେ ଖେଳାଯିବ। ଏ ନେଇ ଉଭୟ କ୍ଲବ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ସେହି ଦିନ ଆହୁରି ଦୁଇ ଚାମ୍ପିୟନ୍ସ ଲିଗ୍‌ ମ୍ୟାଚ୍‌ ଖେଳାଯିବାର ଅଛି। ସ୍ପେନରେ ଭାଲେନ୍ସିଆ ଓ ଆଟଲାଣ୍ଟ ଏବଂ ପିଏସ୍‌ଜି-ଆଟଲେଟିକୋ ମାଡ୍ରିଡ୍‌ ମ୍ୟାଚ୍‌ ଖେଳାଯିବ। ଉଭୟ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯିବ ବୋଲି ପୂର୍ବରୁ ଘୋଷଣା କରାଯାଇସାରିଛି। ଫ୍ରାନ୍ସରେ କରୋନା ଭାଇରସ ଆକ୍ରନ୍ତଙ୍କ ସଂଖ୍ୟା ୧୪୧୨ ଛୁଇଁଥିବାବେଳେ ୨୫ଜଣଙ୍କ ମୃତ୍ୟୁ ହୋଇସାରିଛି। ଏଣୁ ଫ୍ରେଞ୍ଚ ସରକାର କୌଣସି ସ୍ଥାନରେ ଏକ ହଜାର ଲୋକ ଏକତ୍ରିତ ନ ହେବାକୁ ବାରଣ କରିଛନ୍ତି। ଅନ୍ୟପକ୍ଷରେ ସ୍ପାନିଶ କ୍ଲବ ଭାଲେନ୍ସିଆ ଓ ଆଟଲାଣ୍ଟା ମ୍ୟାଚ୍‌ରେ ବିଶେଷ ଆଶଙ୍କା ରହିଥିବାରୁ ଖାଲି ଷ୍ଟାଡିୟମରେ ଆୟୋଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କାରଣ ଆଟଲାଣ୍ଟା ଦଳ ଇଟାଲି ସୁବୁଠୁ ପ୍ରଭାବିତ ହୋଇଥିବା ଅଞ୍ଚଳ ଲମ୍ବାର୍ଡିରୁ ଆସିବ। ଇଟାଲିରେ କରୋନା ଭାଇରସର ସ୍ଥିତି ସାଙ୍ଘାତିକ। ଏହି ଭାଇରସ ଯୋଗୁ ସେଠାରେ ୪୬୩ ଜଣଙ୍କ ମୃତ୍ୟୁ ହୋଇସାରିଛି। ସରକାର ଦେଶର ଫୁଟବଲ ଲିଗ୍‌ ସିରି ଏ’ର ମ୍ୟାଚ୍‌କୁଡ଼ିକୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ବାତିଲ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri