ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି ବାରିପଦାର ରାଜେନ୍ଦ୍ର: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ, ୩୧ା୩- ବାରିପଦା ସହରର ତକତପୁର ଅଞ୍ଚଳର ରାଜେନ୍ଦ୍ର କବାଟଙ୍କ ପରିବାରବର୍ଗ ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି। ଏନେଇ ମଙ୍ଗଳବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜେନ୍ଦ୍ରଙ୍କ ପରିବାରକୁ ପ୍ରଶଂସା କରଛନ୍ତି। ବର୍ତ୍ତମାନର ସ୍ବାସ୍ଥ୍ୟ ସଙ୍କଟ ସମୟରେ ବାରିପଦା ତକତପୁର ଅଞ୍ଚଳର ରାଜେନ୍ଦ୍ରଙ୍କ ପରିବାର କରୁଥିବା କାର୍ଯ୍ୟ ବାସ୍ତବରେ ପ୍ରଶଂସନୀୟ। ବିନା ପାରିଶ୍ରମିକରେ ଦିନକୁ ସେମାନେ ୮ ଘଣ୍ଟା ପରିଶ୍ରମ କରି ପୋଲିସ ଓ ସ୍ବାସ୍ଥ୍ୟକର୍ମୀଙ୍କୁ ମାଗଣାରେ ଦେବା ପାଇଁ ମାସ୍କ ତିଆରି କରୁଛନ୍ତି। ଏପରି ମହତ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟରରେ ଲେଖିଛନ୍ତି। ପ୍ରକାଶ ଯେ, ତକତପୁର ଅଞ୍ଚଳର ରାଜେନ୍ଦ୍ର କବାଟଙ୍କ ପରିବାର ବିନା ପାରିଶ୍ରମିକରେ ଦିନକୁ ୮ ଘଣ୍ଟା ପରିଶ୍ରମ କରି ମାସ୍କ ତିଆରି କରି ପୋଲିସ ଓ ସ୍ବାସ୍ଥ୍ୟକର୍ମୀଙ୍କୁ ମାଗଣାରେ ବଣ୍ଟନ କରୁଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର କାର୍ଯ୍ୟକୁ ପ୍ରଶଂସା କରିଥିବାରୁ ସେ ଓ ପରିବାର ଲୋକ ବେଶ୍‌ ଆନନ୍ଦିତ ବୋଲି ରାଜେନ୍ଦ୍ର କହିଛନ୍ତି। ଯାହାକି ତାଙ୍କୁ ଆଗାମୀ ଦିନରେ ସେବାମୂଳକ କାର୍ଯ୍ୟ କରିବା ପାଇଁ ଉତ୍ସାହ ଯୋଗାଇବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri