ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର

ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି ବିଜେ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଶ୍ରୀମନ୍ଦିର ପରିସରରେ ସ୍ନାନଯାତ୍ରା ହେଉଥିବାରୁ ସୀମିତ ସେବକ ଓ କିଛି ପ୍ରଶାସନିକ ଅଧିକାରୀଙ୍କୁ ନେଇ ସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ପାଳନ ହେବ।
ସେହିପରି ରଥଯାତ୍ରା ନେଇ ମଧ୍ୟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ବିଧି ଅନୁସାରେ ରଥଯାତ୍ରା କରିବାକୁ ପ୍ରସ୍ତାବ ଦିଆଯାଇଛି। ଯଦି ରାଜ୍ୟ ସରକାର ଅନୁମତି ଦେବେ ତେବେ ରଥଯାତ୍ରା ହୋଇପାରିବ। ଅଧିକାରୀ, ପୋଲିସ, ସେବାୟକଙ୍କ ଦ୍ୱାରା ରଥଯାତ୍ରା ହୋଇପାରିବ। କିନ୍ତୁ ଶ୍ରଦ୍ଧାଳୁମାନେ କିପରି ପୁରୀକୁ ନ ଆସିବେ ତାହାର ବ୍ୟବସ୍ଥା ସରକାର କରିବେ। ଲକ୍‌ଡାଉନ୍‌ର ନୂଆ ନିୟମକୁ ଦେଖି ରାଜ୍ୟ ସରକାର ରଥଯାତ୍ରାକୁ ନେଇ ଯାହା ଅନୁମତି ଦେବେ ତାକୁ ପରିଚାଳନା କମିଟି ମାନିବ। ଏଭଳି ପ୍ରସ୍ତାବ ଆଜି ପରିଚାଳନା କମିଟି ପକ୍ଷରୁ ରାଜ୍ୟ ସରକାରଙ୍କୁ ଦିଆଯାଇଛି। ରଥଯାତ୍ରା ହେବ କି ନାହିଁ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଗଜପତି ମହାରାଜା କହିଛନ୍ତି। ତେବେ ଏହି ନିଷ୍ପତ୍ତି କେବଳ ଶ୍ରୀମନ୍ଦିର ପାଇଁ। ବିଶ୍ୱର ଅନ୍ୟ ଜଗନ୍ନାଥ ମନ୍ଦିର ପାଇଁ ସେଠା ପ୍ରଶାସନ ନିଷ୍ପତ୍ତି ନେବ ବୋଲି ମଧ୍ୟ ଗଜପତି ମହାରାଜା କହିଛନ୍ତି।
ତେବେ ଏହାର ସିଧାପ୍ରସାରଣ ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ସାରା ଦୁନିଆ ଲୋକେ ଯେଭଳି ଟିଭିରେ ଦେଖିବେ, ସେ ନେଇ ବ୍ୟବସ୍ଥା ହେବ। ସ୍ନାନଯାତ୍ରାରେ କୋଭିଡ ଗାଇଡ୍‌ଲାଇନକୁ ସେବକମାନେ ପାଳନ କରିବେ। କରୋନା ରିସ୍କ ଏଡ଼ାଇବା ପାଇଁ ସବୁ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri