ବିନା ହେଲମେଟ୍‌ରେ ବାଇକ୍‌ ଚାଳନା, ପୋଲିସ ଏସ୍‌ଆଇଙ୍କୁ ହଜାରେ ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୪ା୩ – ମଙ୍ଗଳବାର ବିନା ହେଲମେଟ୍‌ରେ ବାଇକ୍‌ ଚଳାଉଥିବା ଜଣେ ପୋଲିସ ସବ୍‌ଇନ୍ସପେକ୍ଟର ୧ହଜାର ଟଙ୍କା ଜରିମାନା ଗଣିଛନ୍ତି ା ଏହି ଜରିମାନା ପୋଲିସ କି ଆରଟିଓ ବିଭାଗ କାଟି ନାହିଁ ା ସମ୍ପୃକ୍ତ ପୋଲିସ ସବ୍‌ଇନ୍ସପେକ୍ଟର ବିନା ହେଲମେଟ୍‌ରେ ବାଇକ ଚଲାଇବାର ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ବଲାଙ୍ଗୀର ଏସ୍‌ପି ସନ୍ଦୀପ ମାଡକର ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସମ୍ପୃକ୍ତ ପୋଲିସ ସବ୍‌ଇନ୍ସପେକ୍ଟରଙ୍କଠାରୁ ଚାଲାଣ କାଟିବାକୁ ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀର ଟାଉନ୍‌ ଥାନା ସବ୍‌ଇନ୍ସପେକ୍ଟର ଅବିନାଶ ନାୟକ ବିନା ହେଲେମେଟ୍‌ରେ ବାଇକ୍‌ ଚଳାଇ ଯାଉଥିଲେ ା କେତେକ ଲୋକ ମୋବାଇଲରେ ତାର ଭିଡିଓ ରେକର୍ଡିଂ କରିଥିଲେ। ପରେ ଏହି ଭିଡିଓକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିବା ପରେ ଏସ୍‌ପି ମାଡକରଙ୍କ ପାଖକୁ ତାହା ପଠାଇ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ ା ଉକ୍ତ ଭିଡିଓକୁ ଦେଖିବା ପରେ ଏସ୍‌ପି ମାଡକର କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଥିଲେ ା ଏହାପରେ ସବ୍‌ଇନ୍ସପେକ୍ଟର ନାୟକଙ୍କଠାରୁ ୧ହଜାର ଟଙ୍କାର ଚାଲାଣ କଟାଯାଇ ଫାଇନ୍‌ ଆଦାୟ କରାଯାଇଛି ା ଟାଉନ୍‌ ଥାନା ଆଇଆଇସି ସଂଗ୍ରାମ ପଟ୍ଟନାୟକଙ୍କୁ ପଚରାଯିବାରୁ ସେ ଏସ୍‌ପିଙ୍କ କାର୍ଯ୍ୟାନୁଷ୍ଠାନକୁ ସ୍ବୀକାର କରିଛନ୍ତି ା ସଂପୃକ୍ତ ପୋଲିସ ଅଧିକାରୀଙ୍କଠାରୁ ୧ହଜାର ଟଙ୍କାର ଚାଲାଣ କଟାଯାଇଛି ବୋଲି ସ୍ପଷ୍ଟ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri