ବିନ୍ଦୁସାଗର ବୋଇତ ବନ୍ଦାଣ ଉତ୍ସବ:୧୦ ଜଣଙ୍କୁ ଏକାମ୍ର ସାଂସ୍କୃତିକ ସମ୍ମାନ

ପୁରୁଣା ଭୁବନେଶ୍ୱର, ୧୩।୧୧(ଡି.ଏନ.ଏ.):ଓଡ଼ିଶାର ଗୌରବମୟ ନୌ-ବାଣିଜ୍ୟ ଇତିହାସକୁ ଉଜ୍ଜୀବିତ କରି ରଖିବା ପାଇଁ ଭୁବନେଶ୍ୱର ସାଂସ୍କୃତିକ ପରିଷଦ ପକ୍ଷରୁ ବିନ୍ଦୁସାଗରରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ଥିଲା। ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହାକୁ ଉଦ୍‌ଘାଟନ ଲିଙ୍ଗରାଜ ମନ୍ଦିରର ଚତୁଃପାର୍ଶ୍ୱ ବିକାଶ ଶ୍ରୀମନ୍ଦିର ଭଳି ହେବ ବୋଲି କହିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୯ ଜଣ ବ୍ୟକ୍ତି ଓ ଏକ ସାମାଜିକ ସଂସ୍ଥାକୁ ‘ଏକାମ୍ର ସାଂସ୍କୃତିକ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ଏହି ବ୍ୟକ୍ତିତ୍ୱମାନେ ହେଲେ ପିଆଇବିର ପୂର୍ବତନ ମହାନିର୍ଦ୍ଦେଶକ ଉମାକାନ୍ତ ମିଶ୍ର, ଚଳିତବର୍ଷର ଓଏଏସ୍‌ ଟପର ଆୟୁଷି ମହାପାତ୍ର, କ୍ରିକେଟିୟର ତଥା ୧୯ ବର୍ଷରୁ କମ୍‌ କ୍ରିକେଟ ଚୟନ ସମିତିର ଅଧ୍ୟକ୍ଷ ଦୀପକ ମଙ୍ଗରାଜ, ବିଶିଷ୍ଟ ଲେଖକ ହେମନ୍ତ ମିଶ୍ର, ଉତ୍କଳ କାର୍ଟୁନ ୱାଲର୍ଡର କାର୍ଟୁନ ଶୋ’ ଧାରାବାହିକରେ ନଟିଆ ଚରିତ୍ରର ନାୟକ ସ୍ମୃତିରଞ୍ଜନ ମହାନ୍ତି, ଚିକିତ୍ସା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଶାଳିନୀ କୋଠକୋଣ୍ଡା, ସାମାଜିକ କର୍ମୀ ଗୀତାଞ୍ଜଳି ପୂଜାପଣ୍ଡା, ରମେଶ ଚନ୍ଦ୍ର ସାହୁ ଓ ନମିତା ସାହୁ। ଏହାପରେ ପରମ୍ପରା ଅନୁସାରେ କୁନିକୁନି ପିଲାମାନଙ୍କୁ ସାଧବାଣୀସାଧବ ବେଶରେ ସଜ୍ଜିତ କରି ବୋଇତ ବନ୍ଦାଣ କରାଯାଇଥିଲା। ସମାରୋହରେ ମୁଖ୍ୟ ଅତିଥି ଭାବେ ଏମ୍‌ପି ଅମର ପଟ୍ଟନାୟକ, ଓଡ଼ିଶା ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ପୂର୍ବତନ ଏମ୍‌ପି ଡ. ପ୍ରସନ୍ନ କୁମାର ପାଟଶାଣୀ, ପୂର୍ବତନ କର୍ପୋରେଟର ହୃଦୟ ବଲ୍ଲଭ ସାମନ୍ତରାୟ ପ୍ରମୁଖ ଯୋଗଦେଇଥିଲେ। ପରିଷଦ ସମ୍ପାଦକ ଦୀପକ ମହାପାତ୍ର, ଉପସଭାପତି ସମରେନ୍ଦ୍ର ସାହୁ, ମନୋଜ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଭୋର୍‌ ୪ଟାରୁ କଣ୍ଠଶିଳ୍ପୀ ସଚିନ ରଥ, ଗଗନ ବିହାରୀ ଜେନା, ସୁଜାତା ରଥ ଓ ଅନ୍ୟମାନେ ଭଜନ ପରିବେଷଣ କରି ଶ୍ରଦ୍ଧାଳୁଙ୍କ ମନରେ ଭକ୍ତିଭାବ ଜାଗ୍ରତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri