ବିପଜ୍ଜନକ ଅବସ୍ଥାରେ ଘାଟି ରାସ୍ତା

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲା ଗୁମ୍ମା ବ୍ଲକ ନାମନଗଡ଼ରୁ ଅଜୟଗଡ଼ ଦୀର୍ଘ ୧୦କିମି ଘାଟି ରାସ୍ତା ଧୋଇ ହୋଇ ଏବେ ବିପଜ୍ଜନକ ଅବସ୍ଥାରେ ରହିଛି। ଏହି ଘାଟି ରାସ୍ତା ଗୁମ୍ମା ବ୍ଲକ ସଦର ସହ ଭୁବନୀ, ସେରଙ୍ଗ ଦେଇ ନୂଆଗଡ଼ ବ୍ଲକ୍‌କୁ ସଂଯୋଗ କରୁଛି। ରାସ୍ତା ପାର୍ଶ୍ୱରେ ଥିବା ବିଭିନ୍ନ ଗ୍ରାମ ଅଞ୍ଜଡ଼ା, ଅଜୟଗଡ଼, ନାମନଗଡ଼, ବନ୍ତଲଡ଼ା, ଆରବନ ଆଦିି ଗ୍ରାମବାସୀ ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଯିବାପାଇଁ ଏହି ରାସ୍ତା ଉପରେ ସମ୍ପୂର୍ଣ୍ଣ ଭାବେ ନିର୍ଭର କରିଥାନ୍ତି। ଅନ୍ୟପକ୍ଷରେ ଏହି ଗ୍ରାମବାସୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯିବାପାଇଁ ମଧ୍ୟ ଉକ୍ତ ରାସ୍ତା ଉପରେ ନିର୍ଭର କରିବାକୁ ପଡ଼ିଥାଏ। ତେବେ ଏହି ରାସ୍ତା ଧୋଇ ହୋଇ ଖାଲଖମା ଭରି ହୋଇ ରହିଥିବାବେଳେ ମେଟାଲଗୁଡିକ ବିକ୍ଷିପ୍ତ ଅବସ୍ଥାେରେ ଚାରିଆଡ଼େ ପଡ଼ିରହିଛି। ଯେ କୌଣସି ସମୟରେ ଏହି ରାସ୍ତାରେ ଦୁର୍ଘଟଣା ଘଟିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ। ଗୁମ୍ମା ବ୍ଲକ୍‌ର ଘାଟି ରାସ୍ତାରେ ପୂର୍ବରୁ ବାରମ୍ବାର ଦୁର୍ଘଟଣା ଘଟିଥିବା ନଜିର୍‌ ରହିଛି। ତେବେ ଏହି ରାସ୍ତାକୁ ତୁରନ୍ତ ମରାମତି କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri