ବିପଜ୍ଜନକ ହୋଇପାରେ ହ୍ୟାଣ୍ଡ୍‌ ସାନିଟାଇଜର୍‌

ଯଦି ପରିଷ୍କାର ପରିଚ୍ଛନ୍ନ ଏବଂ କୀଟାଣୁ ଭୟରେ ସାବୁନ ପରିବର୍ତ୍ତେ ହ୍ୟାଣ୍ଡ୍‌ସାନିଟାଇଜର୍‌ର ବ୍ୟବହାର କରୁଛନ୍ତି, ତେବେ ଖବର ଆପଣଙ୍କୁ ଚିନ୍ତାରେ ପକାଇପାରେ। ସାଧାରଣତଃ ଦେଖାଯାଇଥାଏ, ହାତ ପରିଷ୍କାର କରିବାକୁ ବର୍ତ୍ତମାନ ସମୟରେ ବିଭିନ୍ନ ବ୍ରାଣ୍ଡ୍‌ର ହ୍ୟାଣ୍ଡ୍‌ସାନିଟାଇଜର୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହାର ଉପଯୋଗ ଆପଣଙ୍କୁ ସୁସ୍ଥ ରଖିବା ପରିର୍ବେ ରୋଗଗ୍ରସ୍ତ ଏବଂ ଦୁର୍ବଳ କରିପାରେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ୟୁନିଭର୍ସିଟି ଅଫ୍‌ ମେଲ୍‌ବର୍ଣ୍ଣର ତତ୍ତ୍ବାବଧାନରେ ନିକଟରେ ଏକ ଗବେଷଣାରୁ ବୈଜ୍ଞାନିକମାନେ ଏହି ହତଚକିତ କରିବା ଭଳି ତଥ୍ୟ ପ୍ରକାଶ କରିଛନ୍ତି। ଗବେଷଣାରୁ ଜଣାପଡ଼ିଛି, ଆଲ୍‌କୋହଲ୍‌ ମିଶ୍ରିତ ହ୍ୟାଣ୍ଡ୍‌ଜେଲ୍‌ ବା ସାନିଟାଇଜର୍ସ ସାମାନ୍ୟ ବ୍ୟାକ୍ଟେରିଆକୁ ସୁପରବଗ୍‌ରେ ପରିବର୍ତ୍ତିତ କରିଥାଏ, ଯାହା ଖୁବ୍‌ ଶକ୍ତିଶାଳୀ ଆଣ୍ଟିବାୟୋଟିକ୍‌ର ପ୍ରଭାବକୁ ପ୍ରତିରୋଧ କରିଥାନ୍ତି। ଏହାର ଅର୍ଥ, ସାନିଟାଇଜର୍‌ ଏଭଳି କିଛି ବ୍ୟାକ୍ଟେରିଆଙ୍କୁ ଶକ୍ତିଶାଳୀ କରିଦିଏ, ଯାହା ଶରୀର ପାଇଁ ବିଶେଷ ହାନିକାରକ। ଗବେଷଣା ଅନୁସାରେ, ଲୋକଙ୍କର ଧାରଣା ଗୋଟିଏ ବୁନ୍ଦା ସାନିଟାଇଜର୍‌ ହାତରେ ଥିବା କୀଟାଣୁଙ୍କ ସର୍ବନାଶ କରିଥାଏ। କିନ୍ତୁ ଏହି ଧାରଣା ଏବେ ଭୁଲ୍‌ ପ୍ରମାଣିତ ହୋଇଛି। କାରଣ ଅଧିକାଂଶ ସାନିଟାଇଜର୍‌ରେ ୬୦ ପ୍ରତିଶତ ଆଲ୍‌କୋହଲ୍‌ ଥାଏ, ଯାହା କୀଟାଣୁଙ୍କୁ ସମ୍ପୂର୍ଣ୍ଣ ଭାବେ ମାରିବା ପାଇଁ ପର୍ଯ୍ୟାପ୍ତ ନ ଥାଏ। ବୈଜ୍ଞାନିକମାନେ ଏହି ଭୟକୁ ଦୃଷ୍ଟିରେ ରଖି ସାନିଟାଇଜର୍‌ ପରିବର୍ତ୍ତେ ସାବୁନର ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?