ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଜଳକା: ତଳିଆ ଅଞ୍ଚଳ ସ୍ଥିତି ଉପରେ ନଜର

ବାଲେଶ୍ୱର ଅଫିସ/ବସ୍ତା,୨୭।୮(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀ ତଳମୁଣ୍ଡର ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ଏହା ଅଞ୍ଚଳବାସୀଙ୍କ ମନରେ ଛନକା ସୃଷ୍ଟି କରିଛି। ପ୍ରଶାସନ ପକ୍ଷରୁ ଦୁର୍ବଳ ନଦୀବନ୍ଧ ଉପରେ ସତର୍କ ଦୃଷ୍ଟି ରଖାଯାଇଛି। ମଥାନୀ ନିକଟରେ ନଦୀର ବିପଦ ସଂକେତ ୫.୫୦ ମିଟର ଥିବାବେଳେ ସୋମବାର ସନ୍ଧ୍ୟା ୭ଟା ବେଳେ ବନ୍ୟାଜଳ ୬.୪୨ ମିଟରରେ ପ୍ରବାହିତ ହେଉଥିଲା। ବାହାର୍ଦ୍ଦା ପଞ୍ଚାୟତର ଶିବଗୋତିଆ ଠାରେ ନଦୀ ବନ୍ଧ ଦୁର୍ବଳ ଥିବା ଯୋଗୁଁ ସେଠାରେ ତତ୍କାଳ ଭିତ୍ତିରେ ବାଲି ବସ୍ତା ପକାଯାଇଛି। ଜିଲା ଜରୁରୀକାଳୀନ ଅଧିକାରୀ ଅଭୟ କୁମାର ନାୟକ କହିଛନ୍ତି, ଜଳକା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଥିଲେ ମଧ୍ୟ ଦୀର୍ଘ ୭ଘଣ୍ଟା ଧରି ଏହା ସ୍ଥିର ରହିଛି। ଅଳ୍ପ କେତେକ ଅଞ୍ଚଳରେ ବନ୍ୟା ଜଳ ଚାଷଜମି ଓ ତଳି ଅଞ୍ଚଳରେ ପ୍ରବେଶ କରିଛି। ସୋମବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବନ୍ୟାଞ୍ଚଳ ପରିଦର୍ଶନ କରି ଫେରିଛନ୍ତି । ସମ୍ଭାବ୍ୟ ବନ୍ୟାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ସ୍ଥାନୀୟ ତହସିଲଦାର ନରେନ୍ଦ୍ର ଖମାରୀ ଓ ବିଡ଼ିଓ କୁକୁମିନା ଦାସଙ୍କୁ ସ୍ବତନ୍ତ୍ର ଭାବରେ ଦାୟିତ୍ୱ ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ଏନ୍‌ଡ଼ିଆର୍‌ଏଫ୍‌ ଟିମ୍‌ ସହ ବୋଟ୍‌, ଶୁଖିଲା ଖାଦ୍ୟ ଚୁଡ଼ା, ଗୁଡ଼, ବିସ୍କୁଟ୍‌, କିରୋସିନ ଏବଂ ଔଷଧ ଭଳି ଅତ୍ୟାବଶ୍ୟକ ଜିନିଷ ମହଜୁଦ ରଖାଯାଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri