ବିପଦରେ ବ୍ରିଟିଶ ଅମଳର ପୋଲ

ଜୟପୁର,୧୩ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ନିକଟସ୍ଥ ପାତ୍ରପୁଟଠାରେ ଥିବା ବ୍ରିଟିଶ ଅମଳର ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏପରିକି ଭାରୀଯାନ ଏହା ମଧ୍ୟଦେଇ ଗଲେ ପୋଲ ଥରୁଛି। ଏହି ପୋଲ ବୈପାରିଗୁଡ଼ା, ମାଲକାନଗିରି, ଲମତାପୁଟ ଓ ମାଛକୁଣ୍ଡକୁ ସଂଯୋଗ କରୁଛି। ବିପଦରେ ଥିବା ଯୋଗୁ ଏଠାରେ ନୂଆ ପୋଲ ନିର୍ମାଣ କରିବା ପାଇଁ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ଗତ ୨୯ ତାରିଖରେ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବ ପରେ ତତ୍ପରତା ପ୍ରକାଶ କରି ସର୍ବୋଚ୍ଚ ଯନ୍ତ୍ରୀ ତୁରନ୍ତ ଡିପିଆର ପ୍ରସ୍ତୁତ କରିବାକୁ ଜୟପୁର ଜାତୀୟ ରାଜପଥ ନିର୍ବାହୀ ଯନ୍ତ୍ରୀ ଅଜୟ ମହାନ୍ତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ବର୍ତ୍ତମାନ ବିଭାଗ ଏହି ପୁରାତନ ପୋଲ ନିକଟରେ ନୂତନ ପୋଲ କରିବ ନା ସେହିଠାରେ ହେବ, ସେଥିପାଇଁ ପ୍ରସ୍ତୁତ ହେବ ଡିପିଆର। ଯଦି ନୂତନ ପୋଲ ନିର୍ମାଣ କରାଯାଏ, ତେବେ ପୁରାତନ ବ୍ରିଟିଶ ଅମଳର ପୋଲଟିକୁ ଐତିହ୍ୟ ଭାବେ ମାନ୍ୟତା ଦିଆଯିବ। ଏହା ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ ହେବ କାରଣ ପାତ୍ରପୁଟ ପୋଲ ନିକଟସ୍ଥ ଅଞ୍ଚଳ ପିକନିକ୍‌ ସ୍ପଟ୍‌ ଭାବେ ମଧ୍ୟ ପରିଚିତ। ଉଲ୍ଲେଖଯୋଗ୍ୟ, ୧୯୩୧ରେ କୋଲାବ ନଦୀ ଉପରେ ଏହି ପୋଲ ନିର୍ମାଣ କରାଯାଇଥିଲା। ଦୀର୍ଘ ୮୮ ବର୍ଷ ଧରି ଏହି ପୋଲ ଉପରେ ଦୈନିକ ଶହ ଶହ ଭାରୀଯାନ ଚଳାଚଳ କରୁଥିଲା। ଲୁହାରେ ତିଆରି ହୋଇଥିବା ଏହି ପୋଲ ବର୍ତ୍ତମାନ ବିପଦସଙ୍କୁଳ ହୋଇପଡ଼ିଛି। ପ୍ରବଳ ବର୍ଷାରେ ଏଥିରେ ଗର୍ତ୍ତ ସୃଷ୍ଟି ହେବା ସହ କ୍ଷମତାଠାରୁ ଅଧିକ ସଂଖ୍ୟକ ମାଲବାହୀ ଟ୍ରକ୍‌ ଏହା ଉପରେ ଯାତାୟତ କରୁଥିବାରୁ ଏହାର ସ୍ଥାୟିତ୍ୱ ନଷ୍ଟ ହେବାରେ ଲାଗିଥିଲା। ଏହି ପୋଲ ରାଞ୍ଚତ୍-ବିଜୟଓ୍ବାଡ଼ା କରିଡରକୁ ସଂଯୋଗ କରୁଥିବାରୁ ଆକସ୍ମିକ ଭାବେ ଏହା ଭାଙ୍ଗିଗଲେ ଗମନାଗମନ ଓ ପରିବହନର ମୁଖ୍ୟ ରୁଟ୍‌ ବିଚ୍ଛିନ୍ନ ହେବାର ଆଶଙ୍କା ରହିଛି। ତେଣୁ ତୁରନ୍ତ ନୂତନ ପୋଲ ନିର୍ମାଣ କରାଯିବା ପାଇଁ ଦାବି ହୋଇଥିବା ବେଳେ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri