ବିପଦରେ ସଚିନଙ୍କ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୧।୬- କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ରେକର୍ଡକୁ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରମାଗତ ଭାବେ ଭାଙ୍ଗି ଚାଲିଛନ୍ତି। ଗତ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆରେ ୧୧ ହଜାର ରନ୍‌ ପୂରଣ କରିଥିବା କୋହଲିଙ୍କ ନିକଟରେ ସଚିନଙ୍କ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ ୨୦ ହଜାର ଅନ୍ତର୍ଜାତୀୟ ରନ୍‌ଠାରୁ ଏବେ ୧୦୪ ରନ୍‌ ପଛରେ ଅଛନ୍ତି। ଆଫଗାନିସ୍ତାନ ବିପକ୍ଷ ମୁକାବିଲାରେ ଶତକ ଲଗାଇବାରେ ସଫଳ ହେଲେ ସେ ବିଶ୍ୱର ୧୨ତମ ଓ ଦେଶର ୩ୟ କ୍ରିକେଟର ଭାବେ ଏହି ମାଇଲଷ୍ଟୋନ ସ୍ପର୍ଶ କରିବେ। ସମ୍ମାନଜନକ ତାଲିକାରେ ସଚିନ (୩୪,୩୫୭ ରନ୍‌) ଓ ରାହୁଲ ଡ୍ରାଭିଡ (୨୪,୨୦୮) ରହିଛନ୍ତି। କୋହଲି ଏପର୍ଯ୍ୟନ୍ତ ଦିନିକିଆ ଫର୍ମାଟରେ ୧୧୦୨୦, ଟେଷ୍ଟରେ ୬୬୧୩ ଓ ଟି୨୦ରେ ୨୨୬୩ ରନ୍‌ କରିସାରିଛନ୍ତି। ସେ ଦ୍ରୁତତମ କ୍ରିକେଟର ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିବା ନିଶ୍ଚିତ। ଏହି ରେକର୍ଡ ଏବେ ସଚିନ ଓ ଓ୍ବେଷ୍ଟଇଣ୍ଡିଜ ଲିଜେଣ୍ଡ ବ୍ରାୟନ ଲାରାଙ୍କ ନାମରେ ରହିଛି। ଉଭୟ ପୂର୍ବତନ କ୍ରିକେଟର ୪୫୩ ଇନିଂସରେ ମାଇଲଷ୍ଟୋନ ସ୍ପର୍ଶ କରିଥିଲେ। ଅନ୍ୟପକ୍ଷରେ ଦିଲ୍ଲୀ ବ୍ୟାଟ୍ସମ୍ୟାନ ଏପର୍ଯ୍ୟନ୍ତ ୧୩୧ ଟେଷ୍ଟ, ୨୨୨ ଦିନିକିଆ ଓ ୬୨ ଟି୨୦କୁ ମିଶାଇ ମୋଟ ୪୧୯ ଇନିଂସ ଖେଳିଛନ୍ତି। ଦ୍ରୁତତମ ୨୦ ହଜାର ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ (୨୬୮ ଇନିଂସ) ୩ୟ ସ୍ଥାନରେ ରହିଛନ୍ତି। ଚଳିତ ବିଶ୍ୱକପ୍‌ରେ କୋହଲି ଜବରଦସ୍ତ ଫର୍ମରେ ଅଛନ୍ତି। ସେ ଅଷ୍ଟ୍ରେଲିଆ ବିପକ୍ଷରେ ୮୨ ଓ ପାକିସ୍ତାନ ମ୍ୟାଚ୍‌ରେ ୭୭ ରନ୍‌ କରିଥିଲେ। ଏଭଳି ଫର୍ମରେ ଥିବା କୋହଲି ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଶତକ ଲଗାଇବାର ବିଶେଷ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri