ବିପଦସଙ୍କୁଳ ଅବସ୍ଥାରେ ଅଙ୍ଗନଓ୍ବାଡି କେନ୍ଦ୍ର: ସହାୟିକାଙ୍କ ବାରଣ୍ଡାରେ ଶିକ୍ଷାଦାନ

ବଇଣ୍ଡା,୬।୧୦(ଡି.ଏନ.ଏ.) – କୁନି ଶିଶୁଙ୍କୁ ଶିକ୍ଷା ସହ ଜଡ଼ିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି ଅଙ୍ଗନଓ୍ବାଡି କେନ୍ଦ୍ର। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ ସହ ଅଙ୍ଗନଓ୍ବାଡି କର୍ମୀ, ସହାୟିକା ନିଯୁକ୍ତି ଦିଆଯିବାର ବ୍ୟବସ୍ଥା ସରକାର କରିଛନ୍ତି। ହେଲେ ଅନେକ ସ୍ଥାନରେ ଏ ସବୁ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନ ଥିବା ଅଭିଯୋଗ ଆସୁଛି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ଏପରି ଅବ୍ୟବସ୍ଥା ଦେଖିବାକୁ ମିଳିଛି। କେନ୍ଦ୍ରର ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଥିବାବେଳେ ଏହାର ମରାମତି କରାଯାଉ ନାହିଁ। ଫଳରେ ଶିଶୁମାନେ ଅଙ୍ଗନଓ୍ବାଡି ସହାୟିକାଙ୍କ ଘର ବାରଣ୍ଡାରେ ବସୁଛନ୍ତି। ଏହାକୁ ନେଇ ଅଭିଭାବକ ତଥା ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଗ୍ରାମବାସୀଙ୍କ କହିବା ମୁତାବକ, ଏହି କେନ୍ଦ୍ରରେ ୪୫ ଜଣ ପିଲା ପଢୁଛନ୍ତି। ହେଲେ ଅଙ୍ଗନଓ୍ବାଡି ଗୃହର ଚାରିପାଖ କାନ୍ଥ ଭାଙ୍ଗି ଯାଇଥିବାରୁ ଏହା ବିପଦସଙ୍କୁଳ ଅବସ୍ଥାରେ ରହିଛି। ନୂତନ ଗୃହ ଯୋଗାଇ ଦେବା ପାଇଁ ବହୁବାର କିଶୋରନଗର ସିଡ଼ିପିଓଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି ଜିଲା ପ୍ରଶାସନକୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ପିଲାମାନେ ଅଙ୍ଗନଓ୍ବାଡି ସହୟିକାଙ୍କ ବାରଣ୍ଡାରେ ବସୁଛନ୍ତି। ଘର ନ ଥିବାଯୋଗୁ ଅନେକ ପିଲାଙ୍କୁ ସେମାନଙ୍କ ଅଭିଭାବକମାନେ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପଠାଉ ନାହାନ୍ତି। ତେଣୁ ତୁରନ୍ତ ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।
ଏ ସମ୍ପର୍କରେ ଅଙ୍ଗନଓ୍ବାଡ଼ି ଶିକ୍ଷୟିତ୍ରୀ ସସ୍ମିତା ଦେହୁରୀ କହିଛନ୍ତି, ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଥିବାରୁ ଦୁର୍ଘଟଣା ଭୟରେ ବାହାରେ ପାଠ ପଢାଯାଉଛି। ଏଥିପାଇଁ ବହୁ ହଇରାଣ ହେବାକୁ ପଡ଼ୁଛି। ନୂତନ ଗୃହ ଯୋଗାଇ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଛୁ। ସରପଞ୍ଚ ଜଳଧର ସାହୁ କୁହନ୍ତି, ଅଙ୍ଗନଓ୍ବାଡି ଗୃହ ନିର୍ମାଣ ପାଇଁ ପଞ୍ଚାୟତ ପକ୍ଷରୁ ବହୁବାର ପ୍ରଶାସନ ସହ ପଞ୍ଚାୟତ ସମିତି ବୈଠକରେ ଦାବି କରାଯାଇଛି। ହେଲେ କେହି ଶୁଣୁନାହାନ୍ତି। ଏ ନେଇ ସିଡ଼ିପିଓ ଶୁଭାସିନୀ ମହାଳିକ କୁହନ୍ତି, ସରକାରଙ୍କ ପକ୍ଷରୁ ଗୃହ ନିର୍ମାଣ ପାଇଁ ଟଙ୍କା ମଞ୍ଜୁର ହେଲେ ଘର ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri