ବିପଦସଙ୍କୁଳ ଅବସ୍ଥାରେ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ

ସୋରଡ଼ା,୨୫ା୭(ଡି.ଏନ.ଏ.)- ସୋରଡା ବ୍ଲକ ସୁରମଣି ପଞ୍ଚାୟତ ବିଷ୍ଣୁପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ, ପାଚେରି, କାନ୍ଥ, କାର୍ଯ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି । ବାରମ୍ବାର ପ୍ରଶାସନକୁ ଜଣାଇଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ଗୁରୁବାର ବିଦ୍ୟାଳୟ ପରିସରରେ ପରିଚାଳନା କମିଟି ଅଧ୍ୟକ୍ଷା ଟିକିନା ଗୌଡ଼ଙ୍କ ତତ୍ତ୍ବାବଧାନରେ ଏକ ଜରୁରୀ ବୈଠକ ବସିଥିଲା। ଏଥିରେ ସମସ୍ତ ସଦସ୍ୟଙ୍କ ସହ ଗ୍ରାମ ସଭାପତି ଦୟାନିଧି ଗୌଡ଼, ସମସ୍ତ ଅଭିଭାବକ, ସ୍ବୟଂ ସହାୟକ ଗୋଷ୍ଠୀ ଯୋଗ ଦେଇଥିଲେ। ୨୦୦୪ରୁ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଢୁଛନ୍ତି। ମାତ୍ର ୨ଟି କୋଠରିରେ ୫ ଶ୍ରେଣୀ ଚାଲୁଥିବାବେଳେ କାନ୍ଥ ଛାତର ଅବସ୍ଥା ଶୋଚନୀୟ ଓ ଚଟାଣ ଫାଟି ଗଲାଣି, ପାଚେରି ମଧ୍ୟ ଭୁଶୁଡ଼ି ପଡିଛି। ଆରମ୍ଭରୁ ବିଦ୍ୟାଳୟକୁ ବିଜୁଳି ସଂଯୋଗ ନଥିବା ଗ୍ରାମ ସଭାପତି ଗୌଡ଼ କହିଛନ୍ତି। ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପାଠ ପଢୁଥିବାବେଳେ ସମସ୍ୟା ସମାଧାନ ପାଇଁ ୨୧ ଅଗଷ୍ଟ ୨୦୧୮ରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟକୁ ଜଣାଇଥିଲୁ। ତଥାପି ଦୃଷ୍ଟି ପଡ଼ୁନି ବୋଲି ଗ୍ରାମବାସୀ କହିଥିଲେ। କୋଠା ନିର୍ମାଣ, ବିଜୁଳି ସଂଯୋଗ, ଷଷ୍ଠ ଶ୍ରେଣୀ ଖୋଲିବା ଉପରେ ବୈଠକରେ ଆଲୋଚନା ସହ ପ୍ରଶାସନକୁ ପତ୍ର ପ୍ରେରଣ ପାଇଁ ନିଷ୍ପତ୍ତି ହୋଇଥିଲା। ଜରାଜୀର୍ଣ୍ଣ ଅବସ୍ଥାରେ ବିଦ୍ୟାଳୟ ରହିଥିବାରୁ ଏହାକୁ ପୁନଃନିର୍ମାଣ ବ୍ୟବସ୍ଥା କରିବାକୁ ଅନୁରୋଧ କରାଯାଇଥିଲା। ଏ ସମ୍ପର୍କରେ ଏକ ଦାବିପତ୍ର ପ୍ରଦାନ ପାଇଁ ସାମୂହିକ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri