ବିପଦସଙ୍କୁଳ ଅବସ୍ଥାରେ ୩୩ କେଭି ବିଦ୍ୟୁତ୍‌ ତାର

ଚୌଦ୍ୱାର,୧୫।୩(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା କପାଳେଶ୍ୱର ୟୁ.ପି. ସ୍କୁଲ ଠାରୁ ୪ନଂ. ଓ୍ବାର୍ଡ ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ତାରକୁ ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଚୌଦ୍ୱାର ସେସୁ ଅଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।

ସୂଚନାଥାଉ କି, ଏହି ୩୩ କେଭି ତାର ପ୍ରାଥମିକ ବିଦ୍ୟାଳୟ ପରିସର, ମନ୍ଦିର, ବାଳିକା ବିଦ୍ୟାଳୟ ପରିସର ଓ ଲୋକଙ୍କ ଘର ଉପରେ ଯାଇଛି। ଫଳରେ ବର୍ଷା ଓ ପବନ ସମୟରେ ତାରକୁ ତାର ଘଷିହୋଇ ନିଅଁାଝୁଲ ଖସିବା ସହିତ ଶର୍ଟ ସର୍କିଟ ହୋଇ ଘରେ ଥିବା ବିଦ୍ୟୁତ୍‌ ସାମଗ୍ରୀ ନଷ୍ଟ ହେଉଛି। ତୁରନ୍ତ ବିଭାଗୀୟ କର୍ତ୍ତୃପକ୍ଷ ଏହି ଉଚ୍ଚ ଶକ୍ତିସମ୍ପନ୍ନ ତାରକୁ ସ୍ଥାନାନ୍ତର ନ କରାଇଲେ ଆଗାମୀ ଦିନରେ ଓ୍ବାର୍ଡବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବିମଳ ବେଉରା, ମହେଶ୍ୱର ସାହୁ, ଜିତେନ୍ଦ୍ର ବେଉରା, ପୂର୍ଣ୍ଣଚନ୍ଦ୍ର ବେହେରା, ଶ୍ରୀକାନ୍ତ ଶତପଥୀ, ମୁରଲୀଧର ବେଉରା, ଆଲୋକ ମିଶ୍ର, ହରିହର ବେଉରା ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ କଟକସ୍ଥିତ ସେସୁ ମୁଖ୍ୟ କାର୍ଯ୍ୟାଳୟ ନିର୍ବାହୀ ଅଧିକାରୀ ଅମରଜିତ୍‌ ପଟ୍ଟନାୟକ କହିଛନ୍ତି, ସ୍ଥାନାନ୍ତରର ଆବଶ୍ୟକତା ରହିଛି। ଅଣ୍ଡର ଓ୍ବାରିଂ ମାଧ୍ୟମରେ ତାର ବିଛାଯିବ। ଗତ ଏକମାସ ପୂର୍ବରୁ ଏଥିଲାଗି ପ୍ରାୟ ୭୮ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଏକ ପ୍ରସ୍ତାବ ଉପରିସ୍ଥ ଅଧିକାରୀଙ୍କୁ ଦିଆଯାଇଛି ା ସ୍ଥାନୀୟ ଲୋକେ ସାହାଯ୍ୟ କଲେ କାମ ସମ୍ପୂର୍ଣ୍ଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri