ବିପଦସଙ୍କୁଳ ଭାବେ ଚାଲିଛି ଶାଳଣିଆ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ହାଟଡିହୀ, ୪।୬(ଡି.ଏନ୍‌.ଏ.)- ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରଦାନ ଠାରୁ ଆରମ୍ଭ କରି ପ୍ରାଥମିକ ଶିକ୍ଷା ପ୍ରଦାନ ପାଇଁ ସରକାରୀ ସ୍ତରରେ ବିଭିନ୍ନ ଅଞ୍ଚଳରେ ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନଓ୍ବାଡ଼ି କେନ୍ଦ୍ର ମାନ ଖୋଲିଛନ୍ତି। କେତେକ ସ୍ଥାନରେ ଏଥି ନିମନ୍ତେ ସରକାର ଗୃହର ବ୍ୟବସ୍ଥା ଗ୍ରହଣ କରିଥିବାବେଳେ କେଉଁଠି ଗୃହ ଅଭାବରୁ ସ୍କୁଲ ବାରଣ୍ଡା ହେଉ କି ଗଛ ମୂଳେ କେନ୍ଦ୍ର ଚାଲିଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳଣିଆ ଅଙ୍ଗନଓ୍ବାଡ଼ି କେନ୍ଦ୍ର। ନିକଟସ୍ଥ ବିଦ୍ୟାଳୟରେ ଏହି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲୁଅଛି। ନିୟମ ଅନୁସାରେ ମାସକରେ ଥରେ ଏଠାରେ ଦିଦିମାନଙ୍କର ମାସିକ ରିପୋର୍ଟ ରିଟର୍ଣ୍ଣ ଓ ବୈଠକ ମଧ୍ୟ ହୋଇଥାଏ। ତେବେ ଘର ଅଭାବରୁ ମାସିକିଆ ବୈଠକ ପାଇଁ କେତେବେଳେ ଶାଳଣିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହ ଉପରେ ନିର୍ଭର କରିଥାନ୍ତି ତ ଆଉ କେତେବେଳେ ଡାକ୍ତରଖାନା ବାରଣ୍ଡା ଉପରେ ନିର୍ଭର କରିଥାନ୍ତି। ଏଭଳି କ୍ଷେତ୍ରରେ ସମ୍ପୃକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଉପରେ ନିର୍ଭର କରୁଥିବା କୁନି କୁନି ପିଲାଙ୍କ ଭବିଷ୍ୟତ କେତେ ସୁରକ୍ଷିତ ତାହା ସହଜରେ ଅନୁମେୟ। ହାଟଡିହୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ ନାବାଳିକା ଅପହରଣ ଓ ବାଲ୍ୟ ବିବାହ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଆନନ୍ଦପୁର ଚାଇଲ୍ଡଲାଇନ୍‌ ପକ୍ଷରୁ ଏକ ସଚେତନତା ସଭା କରିବା ନିମନ୍ତେ ସମ୍ପୃକ୍ତ କେନ୍ଦ୍ରକୁ ଯାଇଥିଲେ। ହେଲେ ଏହି କେନ୍ଦ୍ରର ଅବସ୍ଥା ଦେଖି ଶେଷରେ ଶାଳଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପାଖରେ ଥିବା ଏକ ସରକାରୀ କ୍ୱାର୍ଟର ବାରଣ୍ଡାରେ ଏହି ସଭା କରିବାକୁ ବାଧ୍ୟ ହୋଇଥିଲେ। ତୁରନ୍ତ ଏକ ଅଙ୍ଗନଓ୍ବାଡ଼ି କେନ୍ଦ୍ର ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri