ବିପଦସଙ୍କୁଳ ରାମିଆଳ ସେତୁ

କାମାକ୍ଷାନଗର, ୨୩।୬(ଡି.ଏନ୍‌.ଏ.) – କାମାକ୍ଷାନଗର ସଦରରୁ ପରଜଙ୍ଗକୁ ସଂଯୋଗ କରୁଥିବା ୫୩ନଂ. ଜାତୀୟ ରାଜପଥର ଆଳତୁମାଠାରେ ରାମିଆଳ ନଦୀ ଉପରେ ନିର୍ମାଣ ସେତୁ ବିପଦସଙ୍କୁଳ ହୋଇପଡ଼ିଛି। ଖାଲଖମାରେ ଭର୍ତ୍ତି ହୋଇ ପଡ଼ିଥିବା ବ୍ରିଜ୍‌ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷାରେ ସେତୁ ଉପରେ ଜମିରହୁଛି ପାଣି। ଯାତ୍ରୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଥିବାବେଳେ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।
ରକ୍ଷଣାବେକ୍ଷଣ ଅଭାବରୁ ରାମିଆଳ ବ୍ରିଜ୍‌ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେତୁରେ ସୃଷ୍ଟି ହୋଇଥିବା ଗର୍ତ୍ତରେ ବର୍ଷାପାଣି ଭର୍ତ୍ତି ହୋଇରହୁଛି। ବାଇକ୍‌ ଏବଂ ସାଇକେଲ ଆରୋହୀ ଜାଣି ନ ପାରି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଗାଡ଼ି ଯାତାୟାତ ବେଳେ ପଥଚାରୀଙ୍କ ଉପରେ ପାଣି ଛିଟିକି ପଡୁଛି। କାମାକ୍ଷାନଗରରୁ ଯାଜପୁର ଏବଂ ଅନୁଗୋଳ ଯିବାକୁ ଏହି ରାସ୍ତା ପ୍ରମୁଖ ମାଧ୍ୟମ। ଏହି ବାଟ ଦେଇ ଦୈନିକ ଶତାଧିକ ବସ, ଭାରିଯାନ ଚଳାଚଳ କରିଥାଏ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ଏହାର ମରାମତି ଦିଗରେ ଧ୍ୟାନ ଦେଉ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଛି।
ଏ ନେଇ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚର୍ଯ୍ୟ କୁହନ୍ତି, ଏନ୍‌ଏଚ୍‌ଏଆଇ ସେତୁର ରକ୍ଷଣାବେକ୍ଷଣ ଦାୟିତ୍ୱ ନେଇଛି। ବିଭାଗ ସହିତ କଥାବାର୍ତ୍ତା କରାଯାଇ ଜମୁଥିବା ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ। ଆବଶ୍ୟକ ମରାମତି ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯିବ। ଖୁବ୍‌ଶୀଘ୍ର ସମସ୍ୟା ସମାଧାନ ହୋଇଯିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri